Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମାର୍ଚ୍ଚ ୬ରୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଚଳିତମାସ ୬ ତାରିଖରେ ହେବ । ରାଜ୍ୟର ବିଭିନ୍ନ ରାଜନୀତିକ ଓ ସାମାଜିକ ପ୍ରସଙ୍ଗ ସମେତ ଭବିଷ୍ୟତ ରଣନୀତି ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି ।
ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଚଳିତମାସ ୬ ଓ ୭ତାରିଖ ଦୁଇଦିନ ଧରି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକାରିଣୀରେ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଓ ସହପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ଦଳର ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାମିଲ ହେବେ ।
ଏହି ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ଶିକ୍ଷା ଓ ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଚରମ ଅବନତି, କେନ୍ଦ୍ରୀୟ ଯୋଜନାରେ ଅନିୟମିତତା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗଗୁଡ଼ିକ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୁତ ଭାବେ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି କହିଛନ୍ତି ।
ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ୫ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top