Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମିଳିତ ମଂଚର ଧର୍ମଘଟ ଡାକରାକୁ କଂଗ୍ରେସର ସମର୍ଥନ

ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ରରେ ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରିବାର ପ୍ରତିବାଦରେ ମିଳିତ ଶ୍ରମିକ ସଂଗଠନ ପକ୍ଷରୁ ଆସନ୍ତା ୨୬ତାରିଖରେ ଦିଆଯାଇଥିବା ଧର୍ମଘଟ ଡାକରାକୁ ପ୍ରଦେଶ କଂଗ୍ରେସ କମିଟି ସମର୍ଥନ କରିଛି ।
ପିସିସି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଏହି ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ମିଳିତ ମଂଚର ନେତୃବୃନ୍ଦମାନେ ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟରେ ଧର୍ମଘଟକୁ ସମର୍ଥନ ପାଇଁ ଅନୁରୋଧ କରିଥିଲେ । ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବା ପରେ ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ ସଂପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିଥିଲେ । ଏହାସହିତ ଦଳର ସମସ୍ତ ଜିଲ୍ଲା କମିଟି, ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ ମଧ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ, କେନ୍ଦ୍ରରେ ବିଜେପି ସରକାର ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତ୍ତିକୁ ଘରୋଇକରଣ କରିବା ବିରୋଧରେ ଚଳିତମାସ ୨୬ତାରିଖରେ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା ପ୍ରମୁଖ ଧର୍ମଘଟ ଡାକରା ଦେଇଛନ୍ତି । ଏହି ଧର୍ମଘଟ ଡାକରାକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ମିଳିତ ମଂଚର ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ରାମକୃଷ୍ଣ ପଣ୍ଡା, ବୀରେନ୍ଦ୍ର ଦାସ, ମହେନ୍ଦ୍ର ପରିଡ଼ା ଓ କିଶୋର ଜେନା ପ୍ରମୁଖ ଆଜି ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡ଼ିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top