Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ ସହ ମନ୍ତ୍ରୀମଣ୍ଡଳର ସଦସ୍ୟଙ୍କ ମନ୍ତବ୍ୟକୁ ଆଧାର କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସେ ଚିଠିରେ ଲେଖିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡିଆ ଅସ୍ମିତାର ପ୍ରତୀକ । ଓଡିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ । ସେ ହେଉଛନ୍ତି ଏ ଜାତିର ମଉଡମଣି । ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶ ବିଦେଶରୁ ଲକ୍ଷ ଲକ୍ଷ ଜଗନ୍ନାଥ ପ୍ରେମୀ ଆସି ପୁରୀ ଧାମରେ ସମ୍ମିଳିତ ହୋଇଥାନ୍ତି । ସାରା ବିଶ୍ବର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତଦ୍ ବ୍ୟତୀତ ଟିଭି ଓ Social Media ଜରିଆରେ ସାରା ବିଶ୍ବର କୋଟି କୋଟି ଜଗନ୍ନାଥପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

ସେ କହିଛନ୍ତି ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥୁତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡିଆ ଜାତିର ଇଷ୍ଟ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶୃତପୂର୍ବ ।

ଚାରମାଳରେ ପହଣ୍ଡି ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟଣା କେବେ ଘଟି ନ ଥିଲା । ଆଖୁରେ ଦେଖ୍ ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି ହେଲାନାହିଁ ।ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରୀମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି ।

ସରକାରଙ୍କର ଏଭଳି ଅଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ବସ୍ତ କରିବାରେ ସମର୍ଥ ହେଲାନାହିଁ । ଘଟିବ ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ବାସର କେନ୍ଦ୍ରବିନ୍ଦୁ । ଏହି ପରିପ୍ରେକ୍ଷୀରେ ମୁଁ ଆପଣଙ୍କୁ ଅନୁରୋଧ କରିବାକୁ ଚାହେଁ ଯେ ଆପଣ ନି ନିଜେ ଦାୟିତ୍ବ ନେଇ ନଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘ ତାହା ସୁନିଶ୍ଚିତ କରିବେ । ମୋର ବିଶ୍ବାସ ଏ ଦିଗ ଦିଗରେ ଆପଣ ପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ । କୋଟି କୋଟି ଭକ୍ତଙ୍କୁ ଆଶ୍ବସ୍ତ କରିବାରେ ସହାୟକ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top