Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୁଖ୍ୟମନ୍ତ୍ରୀ ପଡୋଶୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବାକୁ ଆଗ୍ରହ ଦେଖାଉ ନାହାନ୍ତି: ବିଜେପି

ଭୁବନେଶ୍ୱର(ଓଡ଼ିଶା ୱେୟାର): ଚାଷୀଙ୍କ ସ୍ୱାର୍ଥରକ୍ଷା ପାଇଁ ଓଡ଼ିଶାର ଗଜପତି ଓ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲ୍ଲମ ଜିଲ୍ଲା ମଧ୍ୟରେ ଥିବା ବଂଶଧାରା ନଦୀରେ ନରେଡ଼ି ବ୍ୟାରେଜ ନିର୍ମାଣ କରିବା ନିମନ୍ତେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। କିନ୍ତୁ ଓଡ଼ିଶାର ସୀମା ସୁରକ୍ଷା ଓ ସୀମାବର୍ତ୍ତୀ ଲୋକଙ୍କ ସ୍ୱାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପଡ଼ୋଶୀ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଖଣ୍ଡେ ଚିଠି ଲେଖିବାକୁ ଆଗ୍ରହ ଦେଖାଉ ନାହାନ୍ତି ବୋଲି ବିଜେପି ଅଭିଯୋଗ କରିଛି।

ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ବିଗତ ଦିନରେ ବେଆଇନ ଭାବେ ଆନ୍ଧ୍ର ସରକାର ଓଡ଼ିଶାର କୋଟିଆକୁ ନିଜର ବୋଲି କହିବା ସହ ସେଠାରେ ପଂଚାୟତ ନିର୍ବାଚନ କରାଇଥିଲେ। ଓଡ଼ିଶା ସରକାର ଏ ଦିଗରେ କେବଳ ସୁପ୍ରିମକୋର୍ଟ ଗଲେ କିନ୍ତୁ ମୁଖ୍ୟମନ୍ତ୍ରୀ ଥରଟିଏ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନାହିଁ କି ଆପୋଷ ବୁଝାମଣା ପାଇଁ କୌଣସି ପଦକ୍ଷେପ ବି ନେଲେନାହିଁ। ଅଥଚ ନରେଡ଼ି ବ୍ୟାରେଜ ନିର୍ମାଣ ନେଇ ପୂର୍ବରୁ ସୁପ୍ରିମକୋର୍ଟରେ ମାମଲା ଥାଇ ମଧ୍ୟ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଆପୋଷ ବୁଝାମଣା କରିବା ପାଇଁ ଉଦ୍ୟମ କରୁଛନ୍ତି।

କିନ୍ତୁ ଓଡ଼ିଶା ମୁଖ୍ୟମନ୍ତ୍ରୀ କାହିଁକି ନିରବ ରହିଛନ୍ତି ବୋଲି ଶ୍ରୀ ମହାପାତ୍ର ପ୍ରଶ୍ନ କରିଛନ୍ତି। ୧୯୩୬ ମସିହାରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ହେବା ପୂର୍ବରୁ କୋଟିଆ ଗ୍ରାମପଂଚାୟତ ଜୟପୁର ରାଜ୍ୟ ଅଧିନରେ ଥିଲା। ସେତେବେଳେ କୋଟିଆ ଗ୍ରାମପୁଞ୍ଜ ଓଡ଼ିଶାରେ ମିଶିଗଲା। ୧୯୩୬ ମସିହା ମାର୍ଚ୍ଚ ୧୯ରେ ପ୍ରକାଶିତ ଗେଜେଟ୍ ନୋଟିଫିକେସନର ସ୍ପଷ୍ଟ ଉଲ୍ଲେଖ ଅଛି ଯେ, ଜୟପୁର ଇଷ୍ଟେଟ୍‌, ପଟାଙ୍ଗୀର ଯେଉଁ ଅଂଚଳ ଜୟପୁର ଇଷ୍ଟେଟ୍‌ରେ ନଥିଲା ଏ ସମସ୍ତ ଅଂଚଳ ଓଡ଼ିଶା ରାଜ୍ୟର ଅଂଶ। କିନ୍ତୁ ରାଜ୍ୟ ସରକାରଙ୍କ ଅପାରଗତା ଓ ଦୂରଦୃଷ୍ଟି ଅଭାବ ଯୋଗୁଁ ଆଜି କୋଟିଆ ବିବାଦୀୟ ହୋଇପଡ଼ିଛି। ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ବିଜେପି କହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top