Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ଦେଲେ ଇସ୍ତଫା

ରାଜ୍ୟ ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇଛି । ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ପଟ୍ଟ ପରିବର୍ତନ ହୋଇଛି । ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି।

ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି।

ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା କଂଗ୍ରେସ ଗୋଟିଏ ଲେଖାଏ ସିଟ୍‌ ଜିତିଛନ୍ତି। ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top