Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଯୋଗେଶ ବାହାଦୂର ଖୁରାନିଆ ହେବେ ରାଜ୍ୟର ନୂଆ ପୁଲିସ ଡିଜି

ଭୁବନେଶ୍ୱର : ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜି ହେବେ ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର ଖୁରାନିଆ । କେନ୍ଦ୍ର କ୍ୟାବିନେଟ୍ ନିଯୁକ୍ତି ସଂକ୍ରାନ୍ତ କମିଟି ଆଜି ତାଙ୍କ ଡେପୁଟେସନ ଅବଧିକୁ ଆଗୁଆ ସମାପ୍ତ କରି ଓଡ଼ିଶା କ୍ୟାଡ଼ରକୁ ଫେରାଇ ଦେବାପରେ ସେ ରାଜ୍ୟର ନୂଆ ପୁଲିସ ଡିଜି ହେବା ଆପାତତଃ ସ୍ପଷ୍ଟ ହୋଇଛି । ଏବେ ରାଜ୍ୟରେ ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ କୁମାର ଷଡ଼ଙ୍ଗୀ ଅସ୍ଥାୟୀ ଡିଜି ଭାବେ କାର୍ଯ୍ୟରତ ଅଛନ୍ତି ।

କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଏସପି ସ୍ପେଶାଲ ଡିଜି ୧୯୯୦ ବ୍ୟାଚ୍ ଆଇପିଏସ୍ ଶ୍ରୀ ଖୁରାନିଆଙ୍କୁ ତତ୍କାଳ ପ୍ରଭାବରୁ ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେବା ପାଇଁ କେନ୍ଦ୍ର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ କରିଛନ୍ତି । ଶ୍ରୀ ଖୁରାନିଆଙ୍କ କେନ୍ଦ୍ରୀୟ ଡେପୁଟେସନକୁ ଆଗୁଆ ସମାପ୍ତ କରି ଓଡ଼ିଶା ଫେରାଇ ଦେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜୁଲାଇ ୨୬ତାରିଖରେ ସୁପାରିଶ କରିଥିଲେ । ଶ୍ରୀ ଖୁରାନିଆ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି । ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି । ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ ।

ଉଲ୍ଲେଖଯୋଗ୍ୟ, ଖୁରାନିଆଙ୍କ ବ୍ୟାଚର ଅରୁଣ ଷଡ଼ଙ୍ଗୀଙ୍କୁ ରାଜ୍ୟର ତତକାଳୀନ ବିଜେଡି ସରକାର ଗତ ଡିସେମ୍ବର ୩୧ରୁ ରାଜ୍ୟ ପୁଲସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ । ଏବେ ମୋହନ ମାଝୀଙ୍କ ସରକାର ଦେଢ଼ମାସରୁ ଅଧିକ ଅବଧି ଧରି କ୍ଷମତାସୀନ ଥିଲେ ମଧ୍ୟ ଶ୍ରୀ ଷଡ଼ଙ୍ଗୀଙ୍କ ନିଯୁକ୍ତିକୁ ସ୍ଥାୟୀ କରିବା ଦିଗରେ ଆଗ୍ରହ ଦେଖାଇନଥିଲେ କିମ୍ବା ପୁଲିସ ଡିଜି ଚୟନ ପାଇଁ ବରିଷ୍ଠ ଆଇପିଏସ୍ ଅଫିସରଙ୍କ ତାଲିକା ୟୁପିଏସସିକୁ ପଠାଇବା ପ୍ରକ୍ରିୟା ଆରମ୍ଭ କରିନଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top