Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରତ୍ନଭଣ୍ଡାର ଖାଲି ହେବା ପରେ ହେବ ମରାମତି

ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ କହିଲେ ଗଜପତି ମହାରାଜା। ରତ୍ନଭଣ୍ଡାର ଦେଖି ଫେରିଲା ପରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା । ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଆଗ ମରାମତି କରାଯିବ। ମରାମତି କାର୍ଯ୍ୟ ଶେଷ ହେଲା ପରେ ଅଳଙ୍କାର ଗଣତି, ମଣତି ହେବ। ତଦାରଖ କମିଟି ଓ ପରିଚାଳନା କମିଟି ଉପସ୍ଥିତିରେ ଗଣତି, ମଣତି ହେବ। ମରାମତି ସଂପୂର୍ଣ୍ଣ ନସରିବା ଯାଏ ଗଣତି, ମଣତି କରାଯିବନି।ମରାମତି ବେଳେ ନୀତିକାନ୍ତି ଓ ଦର୍ଶନ ଉଭୟ ପ୍ରଭାବିତ ନହେବା ଉପରେ ଗୁରୁତ୍ବ ଦେଇଛନ୍ତି। ଏ ସଂପର୍କରେ ଅନୁଧ୍ୟାନ କରି ମୁଖ୍ୟ ପ୍ରଶାସକ ମରାମତି ସମୟ ନିର୍ଦ୍ଧାରଣ କରିବେ। ମୁଖ୍ୟ ପ୍ରଶାସକଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟରେ ଏଏସ୍‌ଆଇ ମରାମତି କରିବ। ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ଏଏସ୍‌ଆଇକୁ ହସ୍ତାନ୍ତର କରାଯିବ।

ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ। କେବେ ମରାମତି ହୋଇଥିଲା, କେହି ଜାଣିନାହାନ୍ତି। ୧୯୭୧ରୁ ଏଏସ୍‌ଆଇ ଦାୟିତ୍ବ ନେବା ପରେ ଆଦୌ ମରାମତି ହୋଇନି ବୋଲି କହିଲେ ଗଜପତି ମହାରାଜା।ଅପରପକ୍ଷରେ ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଥିବା ଉପରେ ହୋଇଥିବା ଆଲୋଚନା ନେଇ ପ୍ରତିକ୍ରିୟା ରଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସୁଡ଼ଙ୍ଗ ବା ଗୁପ୍ତ ଦ୍ବାର କିଛି ଅଛି କି ନାହିଁ ଏଏସ୍‌ଆଇ ଅନୁଧ୍ୟାନ କରିବ। ଏଏସ୍‌ଆଇ ଲେଜର ସ୍କାନିଂ କରି ସୁଡ଼ଙ୍ଗ ଅଛି କି ନାହିଁ ଦେଖିବ। ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହେଲା ପରେ ଲେଜର ସ୍କାନିଂ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top