Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାକ୍ଷୀ ସ୍ନେହ ଶରଧାର ସାକ୍ଷୀ

ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ହୋଇଥିବା ବେଳେ ସମସ୍ତ ପର୍ବପର୍ବାଣୀ ଧୁମଧାମରେ ପାଳନ ହୋଇଥାଏ। ଜାତି-ଧର୍ମ-ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ସବୁ ପର୍ବ ଅତି ଉତ୍କଣ୍ଠାର ସହ ପାଳନ କରିଥାନ୍ତି। ଏଠି ୨ ମାସରେ ୧୩ ପର୍ବ। ସବୁ ପର୍ବର ମାହାତ୍ମ୍ୟ ମଧ୍ୟ ରହିଛି। ସେହି କ୍ରମରେ ହିନ୍ଦୁ ଧର୍ମରେ ରାକ୍ଷୀ ପୂର୍ଣ୍ଣିମାର ବିଶେଷ ମହତ୍ତ୍ୱ ରହିଛି। ଭାଇ-ଭଉଣୀ ସମ୍ପର୍କର ଅନନ୍ୟ ନିଦର୍ଶନ ରାକ୍ଷୀ ପୂର୍ଣ୍ଣିମା। ଭାଇର ଶୁଭ ମନାସି ଭଉଣୀ ରାକ୍ଷୀ ବାନ୍ଧିଥାଏ। ଠିକ ସେହିପରି ଭାଇ ଭଉଣୀର ରକ୍ଷାକବଚ ହୋଇ ରହିବାକୁ ପ୍ରତିଜ୍ଞା କରିଥାଏ। ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣିମା ଦିନ ପାଳନ କରାଯାଏ। ଏହି ପର୍ବ ସହିତ ଶ୍ରାବଣ ମାସ ଶେଷ ହୁଏ।ରାକ୍ଷୀ ବାନ୍ଧିବାର ଏକ ଲୋକକଥା ଦ୍ୱାପର ଯୁଗରେ ଭଗବାନ ଶ୍ରୀକୃଷ୍ଣଙ୍କ ସହ ସମ୍ବନ୍ଧିତ। ଭଗବାନ କୃଷ୍ଣ ଶିଶୁପାଳ ବଦ୍ଧ କରିବା ଚକ୍ର ଚଲାଇବା ବେଳେ ହାତରେ କ୍ଷତ ହୋଇଥିଲା। ସେହି ସମୟରେ ଦ୍ରୌପଦୀ ଶାଢୀରୁ ଖଣ୍ଡେ କପଡ଼ା ଚିରି କୃଷ୍ଣଙ୍କ ହାତରେ ବାନ୍ଧି ଦେଇଥିଲେ।

ଏହାପରେ ଶ୍ରୀକୃଷ୍ଣ ଦ୍ରୌପଦୀଙ୍କୁ ଭଉଣୀ ବୋଲି ସ୍ୱୀକାର କରି ସର୍ବଦା ତାଙ୍କ ରକ୍ଷା କରିବାକୁ ପ୍ରତିଶୃତି ଦେଇଥିଲେ।ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି। ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷକରି ଯେଉଁମାନେ ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାନଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ଭାବେ ପାଳିତ ହୋଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top