Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ କାଲିଠୁ ପ୍ରବଳ ବର୍ଷିବ ବର୍ଷା

ରାଜ୍ୟରେ ୨ଦିନ ଧରି ବିଭିନ୍ନ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ ୨ଦିନରେ ପାଗ ବଦଳିବ । ତେବେ ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅଗଷ୍ଟ ୭ ତାରିଖରେ ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ ଓ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ଓ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛିb।। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି

Click to comment

Leave a Reply

Your email address will not be published. Required fields are marked *

Most Popular

To Top