ଭୁବନେଶ୍ୱର, (ଓଡ଼ିଶା ୱେୟାର): ରାଜ୍ୟରେ ଆଗକୁ ବଢ଼ିବ ଗ୍ରୀଷ୍ମପ୍ରବାହ। ଦିନର ତାପମାତ୍ରା ସ୍ୱାଭାବିକ ତାପମାତ୍ରାଠାରୁ ଅଧିକ ହେବ। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ୟ୍ୟନ୍ତ ବଢ଼ିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପୂର୍ବାନୁମାନ କରିଛି।
ଆଇଏମ୍ଡିର ପୂର୍ବାନୁମାନ ଅନୁସାରେ ତାତି ସତ୍ତ୍ୱେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।


