ଭୁବନେଶ୍ୱର(ଓଡ଼ିଶା ୱେୟାର):
ଧୀରେ ଧୀରେ ରାଜ୍ୟରେ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା। ଜୁନ୍ ୩ ଓ ୪ ତାରିଖରେ ଯଥାକ୍ରମେ ୭୭୨୯ ଓ ୭୩୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଅର୍ଥାତ୍ ଜୁନ୍ ୫ରେ ୭୦୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଆଉ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
୭୦୦୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୨୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୬୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୭୧, ଯାଜପୁରରୁ ୪୮୬, ଅନୁଗୋଳରୁ ୩୮୮, ମୟୂରଭଞ୍ଜରୁ ୩୭୦, ବାଲେଶ୍ୱରରୁ ୩୩୧ ଓ ପୁରୀ ଜିଲ୍ଲାରୁ ୩୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ବରଗଡ଼ ଜିଲ୍ଲାରୁ ୧୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୨୬୭, ବଲାଙ୍ଗିରରୁ ୮୯, ବୌଦ୍ଧରୁ ୧୩୪, ଦେବଗଡ଼ରୁ ୬୪, ଢେଙ୍କାନାଳରୁ ୧୦୬, ଗଜପତିରୁ ୪୮, ଗଞ୍ଜାମରୁ ୭୪, ଜଗତସିଂହପୁରରୁ ୨୩୨, ଝାରସୁଗୁଡ଼ାରୁ ୯୭, କଳାହାଣ୍ଡିରୁ ୧୦୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୮୮, କେନ୍ଦୁଝରରୁ ୧୪୮, କୋରାପୁଟରୁ ୧୫୮, ମାଲକାନଗିରିରୁ ୯୫, ନବରଙ୍ଗପୁରରୁ ୧୯୮, ନୟାଗଡ଼ ୧୯୬, ନୂଆପଡ଼ା ୨୮, ରାୟଗଡ଼ାରୁ ୨୨୨, ସମ୍ବଲପୁରରୁ ୧୦୭, ସୋନପୁରରୁ ୫୯ ଓ ସୁନ୍ଦରଗଡ଼ରୁ ୨୪୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୨୦୭ ଜଣ ଚିହ୍ନଟ ହୋଇଛନ୍ତି।
୭୦୦୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୩ ହଜାର ୯୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୩୨ ହଜାର ୧୮ ଜଣ ସୁସ୍ଥ ହୋଇସାରିଛନ୍ତି। ୭୮ ହଜାର ୩୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।


