Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ୪୦୦୦ ତଳକୁ ଖସିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨୦୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୫୬୨ ଲୋକାଲ୍ କେସ୍ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କକରିଛି

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ଆକ୍ରାନ୍ତ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରେ ଆଗରେ ରହିଛି ବାଲେଶ୍ୱର। ଏହି ଜିଲ୍ଲାରୁ ସର୍ବାଧିକ ୨୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୦୪, ବରଗଡ଼ରୁ ୫୦, ଭଦ୍ରକରୁ ୧୭୮, ବଲାଙ୍ଗିରରୁ ୩୬, ମୟୂରଭଞ୍ଜରୁ ୧୧୨, ନବରଙ୍ଗପୁରରୁ ୧୦୮, ନୟାଗଡ଼ରୁ ୧୦୬, ନୂଆପଡ଼ାରୁ ୧୯, ପୁରୀରୁ ୧୯୯, ରାୟଗଡ଼ାରୁ ୭୯, ସମ୍ୱଲପୁରରୁ ୩୭, ସୋନପୁରରୁ ୫୦, ସୁନ୍ଦରଗଡ଼ରୁ ୮୩ ଓ ଷ୍ଟେଟ୍ ପୁଲରୁ ୬୪ ଜଣ ମହାମାରୀ କରୋନା ଜାଲ୍‌ରେ ଛନ୍ଦି ହୋଇଛନ୍ତି।

ସେପଟେ କରୋନା ମହାମାରୀ ସମୟରେ ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୮୫୦୦ କୋଟି ବିନିଯୋଗ ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭୮୬ ନବନିଯୁକ୍ତ ଡାକ୍ତରଙ୍କୁ ଭର୍ଚୁଆଲରେ ସ୍ୱାଗତ କରିବା ଆବସରରେ ଏହା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ କରୋନା ମହାମାରୀ ବେଳେ ଡାକ୍ତରଙ୍କ ଭୂମିକାକୁ ପ୍ରଶଂସା କରିଛନ୍ତି ନବୀନ। ସମାଜରେ ଡାକ୍ତରମାନଙ୍କର ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି କହିବା ସହ କିଛି ବର୍ଷ ହେଲାଣି ଆମେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇଆସୁଛୁ ବୋଲି ଦୋହରାଇଛନ୍ତି ମୁଖ୍ୟମନ୍ତ୍ରୀ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top