Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରୋ ଆଜି ୭୩୯୫ କରୋନା ଆକ୍ରାନ୍ତ ଚିହ୍ନଟ, ଜୀବନ ଗଲା ୪୦

ଭୁବନେଶ୍ୱର(ଓଡ଼ିଶା ୱେୟାର):
ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୩୯୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ପାର ହୋଇଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭.୨୪ ଲକ୍ଷରୁ ଅଧିକ ସୁସ୍ଥ ହୋଇସାରିଛନ୍ତି। ଅନ୍ୟପକ୍ଷରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୨୨୬ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୬୮, ଯାଜପୁରରୁ ୫୧୬, ଅନୁଗୋଳରୁ ୪୪୩, ମୟୂରଭଞ୍ଜରୁ ୩୮୪, ପୁରୀରୁ ୩୫୬ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪୧ ଜଣ ଚିହ୍ନଟ ହୋଇଛନ୍ତି।
ବାଲେଶ୍ୱର ଜିଲ୍ଲାରୁ ୨୮୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭୧, ଭଦ୍ରକରୁ ୨୩୮, ବଲାଙ୍ଗିରରୁ ୮୧, ବୌଦ୍ଧରୁ ୧୩୩, ଦେବଗଡ଼ରୁ ୫୭, ଢେଙ୍କାନାଳରୁ ୮୧, ଗଜପତିରୁ ୫୨, ଗଞ୍ଜାମରୁ ୬୯, ଜଗତସିଂହପୁରରୁ ୨୮୮, ଝାରସୁଗୁଡ଼ାରୁ ୬୬, କଳାହାଣ୍ଡିରୁ ୧୬୬, କନ୍ଧମାଳରୁ ୭୬, କେନ୍ଦୁଝରରୁ ୧୫୮, କୋରାପୁଟରୁ ୧୬୧, ମାଲକାନଗିରିରୁ ୧୧୦, ନବରଙ୍ଗପୁରରୁ ୧୯୬, ନୟାଗଡ଼ରୁ ୨୪୩, ନୂଆପଡ଼ାରୁ ୨୨, ରାୟଗଡ଼ାରୁ ୧୨୫, ସମ୍ବଲପୁରରୁ ୧୩୭, ସୋନପୁରରୁ ୯୧ ଓ ସୁନ୍ଦରଗଡ଼ରୁ ୨୬୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି।
୭୩୯୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୨୪ ହଜାର ୪୦୨ ଜଣ ସୁସ୍ଥ ହୋଇସାରିଲେଣି। ୭୮ ହଜାର ୬୮୭ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି ଆଉ ୪୦ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି। ଏହି ୪୦ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ ଅଛନ୍ତି। ଅନୁଗୋଳ, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିଭଳି ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।
ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯୧କୁ ବୃଦ୍ଧି ପାଇଥିବା ବେଳେ ଗଞ୍ଜାମରେ ୨୮୮, ସୁନ୍ଦରଗଡ଼ରେ ୨୮୨ ଓ କଟକରେ ୧୮୦ରେ ପହଞ୍ଚିଛି। ଅନୁଗୋଳ ଜିଲ୍ଲାରେ ଏଯାବତ୍ ୧୨୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼ରେ ୫୧, ବଲାଙ୍ଗିରରେ ୬୬, ବୌଦ୍ଧରେ ୫୪, ଦେବଗଡ଼ରେ ୨୩, ଝାରସୁଗୁଡ଼ାରେ ୬୭, କଳାହାଣ୍ଡିରେ ୧୩୧, କନ୍ଧମାଳରେ ୪୨, ମୟୂରଭଞ୍ଜରେ ୯୮, ନୟାଗଡ଼ରେ ୫୨ ଓ ସମ୍ବଲପୁର ଜିଲ୍ଲାରେ ୯୩କୁ ବୃଦ୍ଧି ପାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top