Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରତାପ ଦେବ

ଭୁବନେଶ୍ୱର(ଓଡ଼ିଶା ୱେୟାର): କେନ୍ଦ୍ରାପଡ଼ା ଆଳି ବିଧାୟକ ପ୍ରତାପ କେଶରୀ ଦେବ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଏ ସମ୍ପର୍କରେ ସୂଚନା ଦେଇ ଶ୍ରୀ ଦେବ କହିଛନ୍ତି ଯେ, ରାଜ୍ୟସଭା ସାଂସଦ ପଦରୁ ସେ ଇସ୍ତଫା ଦେଇସାରିଛନ୍ତି । ନିୟମ ଅନୁସାରେ ନିର୍ବାଚନ ଫଳାଫଳ ବିଜ୍ଞପ୍ତି ଜାରି ହେବାର ୧୫ଦିନ ଅବା ଗୃହରେ ଶପଥ ନେବାର ୧୫ଦିନ ମଧ୍ୟରେ ତାଙ୍କୁ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବାକୁ ପଡ଼ିବ । ତେଣୁ ମେ’ ୨୫ତାରିଖରେ ନିର୍ବାଚନ ଫଳାଫଳ ବିଜ୍ଞପ୍ତି ଜାରି ହୋଇଥିବାରୁ ତାଙ୍କ ପାଖରେ ଜୁନ୍ ୧୦ତାରିଖ ପର୍ଯ୍ୟନ୍ତ ସମୟ ରହିଛି । ସେହିପରି ଯଦି ବିଧାନସଭାରେ ଶପଥ ନେବା କଥାକୁ ହିସାବ କରାଯାଏ ତା’ହେଲେ ଜୁନ୍ ୧୫ତାରିଖ ମଧ୍ୟରେ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇପାରିବେ । ତେଣୁ ଇସ୍ତଫା ଦେବାରେ ସେ ବିଳମ୍ବ କରୁଛନ୍ତି ବୋଲି ହେଉଥିବା ଚର୍ଚ୍ଚା ଭିତ୍ତିହୀନ । ଦିଲ୍ଲୀ ଗସ୍ତରେ ତାଙ୍କର ଯିବାର କାର୍ଯ୍ୟକ୍ରମ ଥିଲା, ତେଣୁ ସେ ଦିଲ୍ଲୀ ରହଣୀବେଳେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବାକୁ ସ୍ଥିର କରିଥିଲେ । ଏଥିରେ ବିଳମ୍ବର ପ୍ରଶ୍ନ ଉଠୁଛି କେଉଁଠୁ ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟସଭାରେ ବିଜେଡିର ସାଂସଦ ଥିବା ଅନୁଭବ ମହାନ୍ତି ଓ ଅଚ୍ୟୁତ ସାମନ୍ତ ଲୋକସଭାକୁ ନିର୍ବାଚିତ ହୋଇଥିବାବେଳେ ସୌମ୍ୟରଞ୍ଜନ ପଟ୍ଟନାୟକ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ଏହି ୩ ଜଣ ନେତା ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇସାରିଥିବା ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top