Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରାଜ୍ୟସଭାରେ ଓଡ଼ିଆରେ ଶପଥ ନେଲେ ୩ ସାଂସଦ

ଭୁବନେଶ୍ୱର : ଓଡ଼ିଶାରୁ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ବିଜେଡିର ୩ଜଣ ସାଂସଦ ଆଜି ଓଡ଼ିଆ ଭାଷାରେ ଶପଥ ନେଇଛନ୍ତି । ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଆଜି ବିଜେଡିର ୩ ସାଂସଦ ପ୍ରଶାନ୍ତ ନନ୍ଦ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଡଃ ଅଚ୍ୟୁତ ସାମନ୍ତଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ପରେ ୩ ସାଂସଦ ଓଡ଼ିଶାର ସ୍ୱାର୍ଥ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି । ସାଂସଦ ଶ୍ରୀ ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ସେ ରାଜ୍ୟସଭା ସାଂସଦ ଭାବେ ଯେଉଁ ଦରମା ପାଇବେ ତାକୁ ସେ ନିଜ ପାଇଁ ଖର୍ଚ୍ଚ କରିବେ ନାହିଁ । ସମସ୍ତ ଅର୍ଥକୁ ସେ ଚାଷୀ ପରିବାର ପାଇଁ ଖର୍ଚ୍ଚ କରିବେ । ଚାଷୀ ପରିବାରର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସେ ତାଙ୍କ ଦରମା ଅର୍ଥରେ ମେଧାବୃତ୍ତି ପ୍ରଦାନ କରିବେ । ସେ ବିଜେଡିରେ ସାମିଲ ହୋଇଥିଲେ ମଧ୍ୟ ବିଜେଡି ସରକାରଙ୍କ ପାଖରେ ପ୍ରସଙ୍ଗଭିତ୍ତିକ ଦାବି ଉପସ୍ଥାପନ କରିବେ । ଓଡ଼ିଆ ଭାଷା ସାହିତ୍ୟର ସୁରକ୍ଷା ଓ ଚାଷୀଙ୍କ ହକ୍ ପାଇଁ ସେ ଲଢ଼େଇ ଜାରି ରଖିବେ ବୋଲି କହିଛନ୍ତି । ସୂଚନାଯୋଗ୍ୟ ଏହି ୩ ସାଂସଦଙ୍କ ଶପଥ ଗ୍ରହଣ ପରେ ରାଜ୍ୟସଭାରେ ବିଜେଡି ସାଂସଦଙ୍କ ସଂଖ୍ୟା ୯ରେ ପହଞ୍ôଚଛି । ସାଂସଦ ଏୟୁ ସିଂହଦେଓ, ଦିଲ୍ଲୀପ ତିର୍କୀ ଓ ଏ.ଭି.ସ୍ୱାମୀଙ୍କ ଅବସର ପରେ ସେମାନଙ୍କ ସ୍ଥାନରେ ଏହି ୩ ସାଂସଦ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top