Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ଆଜି ମହାତ୍ମା ଗାନ୍ଧି ମାର୍ଗରେ ପାଳନ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ସାମିଲ ହୋଇଥିଲେ । କରୋନା କଟକଣା ଯୋଗୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ ଦେଖିବାର ସୁଯୋଗ ସାଧାରଣ ଲୋକଙ୍କୁ ମିଳିନଥିଲା । ଏପରିକି ପରେଡ୍ ସ୍ଥଳ ନିକଟକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଯିବା ପାଇଁ ମଧ୍ୟ ଅନୁମତି ନଥିଲା ।
ସାଧାରଣତନ୍ତ୍ର ଦିବସ ପରେଡରେ ମୋଟ ୧୪ଟି ଟ୍ରୁପ୍ ଭାଗ ନେଇଥିବାବେଳେ ପରେଡର ନେତୃତ୍ୱ କେସିଙ୍ଗା ଏସଡିପିଓ ଏସ୍ ସୁଶ୍ରୀ ନେଇଥିଲେ । ପରେଡ୍ ସ୍ଥଳରେ ୨୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।
ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ପରେଡ୍ ସ୍ଥଳ ନିକଟରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର, ଗୃହ ସଚିବ ସଞ୍ଜିବ ଚୋପ୍ରା, ପୁଲିସ ଡିଜି ଅଭୟ, ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ଏନସିସି ମୁଖ୍ୟ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରି ପାଛୋଟି ନେଇଥିଲେ ।
ଉଲ୍ଲେଖଯୋଗ୍ୟ, ରାଜ୍ୟର ବିଭିନ୍ନ ଜିଲ୍ଲା ମୁଖ୍ୟାଳୟରେ ମଧ୍ୟ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । କେତେକ ଜିଲ୍ଲାରେ ମନ୍ତ୍ରୀମାନେ ପତାକା ଉତ୍ତୋଳନ କରିଥିବାବେଳେ କେତେକ ଜିଲ୍ଲାରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିଥିବା ଜଣାପଡ଼ିଛି ।
Click to comment

Leave a Reply

Your email address will not be published. Required fields are marked *

Most Popular

To Top