Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟ ଆଇନସେବା ପ୍ରାଧିକରଣ ପୁର୍ନଗଠିତ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟ ସରକାର ‘ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ’ର ପୁର୍ନଗଠନ କରିଛନ୍ତି । ଏଥିରେ ୮ଜଣ ନୂଆ ସଦସ୍ୟଙ୍କୁ ସାମିଲ କରିଛନ୍ତି । ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଜଷ୍ଟିସ ସଞ୍ଜୁ ପଣ୍ଡା କାର୍ଯ୍ୟ କରୁଛନ୍ତି ।
ତେବେ ଗୁରୁବାର ଆଇନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୬ଜଣ ସଦସ୍ୟ ଥିବାବେଳେ ଖୋର୍ଦ୍ଧା ଓ କଟକର ଜିଲ୍ଲା ଜଜଙ୍କୁ ଏକ୍ସ-ଅଫିସୋ ମେମ୍ବର ଭାବେ ସାମିଲ କରାଯାଇଛି । ରାଜ୍ୟ ଆଇନସେବା ପ୍ରାଧିକରଣରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଆଡଭୋକେଟ୍ ମିଲନ କାନୁନଗୋ, ଆଡଭୋକେଟ୍ ଗୋପାଳ ଚନ୍ଦ୍ର ମହାନ୍ତି, ଆଡଭୋକେଟ ସନାତନ ଦାସଙ୍କୁ ସଦସ୍ୟ ଭାବେ ସାମିଲ କରାଯାଇଛି ।
ସୂଚନାଯୋଗ୍ୟ, ସମାଜର ଦୁର୍ବଳ ଓ ବଂଚିତ ବର୍ଗ ସମେତ ସମସ୍ତ ନାଗରିକଙ୍କୁ ନ୍ୟାୟ ପ୍ରଦାନରେ ସହାୟତା ଦିଗରେ ଆଇନସେବା ପ୍ରାଧିକରଣ କାର୍ଯ୍ୟ କରିଥାଏ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top