Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାସନ କାର୍ଡଧାରୀଙ୍କୁ ଅକ୍ଟୋବରରୁ ମିଳିବ ଚାଉଳ ସହ ଗହମ

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷ ଅକ୍ଟୋବରରୁ ଓଡ଼ିଶାର ରାସନ କାର୍ଡଧାରୀଙ୍କୁ ଚାଉଳ ସହ ଗହମ ମିଳିବ। ଏ ନେଇ କେନ୍ଦ୍ର ସରକାର ଓଡ଼ିଶା ସମେତ ୯ଟି ରାଜ୍ୟକୁ ଚିଠି ଲେଖିଛନ୍ତି। ଚିଠି ଅନୁଯାୟୀ, ମନ୍ତ୍ରୀମାନଙ୍କର ଏକ କମିଟି ଗହମ-ଚାଉଳ ଅନୁପାତ ସଂଶୋଧନ କରିବା ସହ ଗହମ ଆବଣ୍ଟନକୁ ୩୫ ଏଲଏମଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ୯ଟି ରାଜ୍ୟ ଯଥା ବିହାର, ଗୁଜରାଟ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଓଡ଼ିଶା, ତାମିଲନାଡୁ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗରେ ଏନ୍ଏଫ୍ଏସ୍ଏ/ ପିଏମଜିକେଏୱାଇ ଅଧୀନରେ ଚାଉଳ ଓ ଗହମ ଆବଣ୍ଟନ ସଂଶୋଧନ କରାଯାଇଛି।

ଚିଠିରେ ଆହୁରି ମଧ୍ୟ କୁହାଯାଇଛି ଯେ, ଏହି ବଣ୍ଟନରେ ଖାଦ୍ୟ ସବସିଡି, ଆନ୍ତଃରାଜ୍ୟ ପରିବହନ ଏବଂ ଡିଲରଙ୍କ ମାର୍ଜିନ୍ ସାମିଲ ଥିବା ବେଳେ ଖର୍ଚ୍ଚ ବଣ୍ଟନରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏହା ପୂର୍ବରୁ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ କୋଟାର ୨୦% ବଦଳରେ ଗହମ ଯୋଗାଇ ଦେବାକୁ ଓଡ଼ିଶା ସରକାର କେନ୍ଦ୍ର ନିକଟରେ ଦାବି ଉପସ୍ଥାପନ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top