Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ

୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ ୮ ଏବଂ ୯ରେ ୨୨ତମ ଭାରତ-ରୁଷ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିମନ୍ତ୍ରଣ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଏକ ବ୍ୟକ୍ତିଗତ ବୈଠକ ହେବ। ଏହା ସହିତ ପ୍ରତିନିଧି ସ୍ତରୀୟ ଆଲୋଚନା ହେବ। ତାପରେ ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ପୁଟିନ ରାତ୍ରିଭୋଜନ କରିବେ ବୋଲି ସୂଚନା ମିଳିଛି ।

ଖବର ଅନୁସାରେ, ଭାରତ ଏବଂ ରୁଷର ୨୨ତମ ସମ୍ମିଳନୀରେ ଯୋଗଦେବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମ୍ମିଳନୀରେ ରୁଷ ରାଷ୍ଟ୍ରପତି ପୁଟିନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ପ୍ରସଙ୍ଗରେ ଆଲେଚନା କରିବେ । ଶିକ୍ଷା, ସଂସ୍କୃତି, ଶକ୍ତି, ନିବେଶ, ପ୍ରତିରକ୍ଷା ପ୍ରସଙ୍ଗରେ ଆଲୋଚନା ହେବ । ପରେ ମୋଦିଙ୍କ ସହ ରୁଷ ରାଷ୍ଟ୍ରପତି ପୁଟିନ ରାତ୍ରୀଭୋଜନରେ ସାମିଲ ହେବେ ।

ଦ୍ୱିପାକ୍ଷିକ କଥାବାର୍ତ୍ତାର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ରୁଷିଆରେ ଥିବା ଭାରତର ରାଷ୍ଟ୍ରଦୂତ ବିନୟ କୁମାର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଏକ ବ୍ୟକ୍ତିଗତ ବୈଠକ ହେବ। ଏହା ସହିତ ପ୍ରତିନିଧି ସ୍ତରୀୟ ଆଲୋଚନା ହେବ। ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପ୍ରତିନିଧୀଙ୍କ ପାଇଁ ଲଞ୍ଚ୍‌ ଆୟୋଜନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଏକ ପ୍ରଦର୍ଶନୀ କେନ୍ଦ୍ର ପରିଦର୍ଶନ କରିବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top