ଆଦିଲ୍ଲୀ: ମହାମାରୀ କରୋନା ଦ୍ୱାରା ପ୍ରଭାବିତ ଦିଲ୍ଲୀରେ ଆଜି ରାତି ୧୦ଟାରୁ ୬ ଦିନ ପାଇଁ ସଂପୂର୍ଣ୍ଣ ଲକଡାଉନ ଲାଗୁ ହେବ। କେବଳ ଜରୁରୀ ସେବାକୁ ଛାଡ଼ି ଆଉ ସବୁ କିଛି ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି ୬ ଦିନ ପାଇଁ ମଦ ଷ୍ଟକ ରଖିବା ପାଇଁ ଲୋକଙ୍କ ମଧ୍ୟରେ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି।


