Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା

ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା । ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ ରୂପ ନେଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ରେ ପୁଣି ଏକ ଲଘୁଚାପ ଆସୁଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଆଗକୁ ଆହୁରି ଦୁଇଟି ଲଘୁଚାପ ଥିବାରୁ ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଭରଣା ହେବ ବୋଲି ଅନୁମାନ କରାଯାଉଛି । ଯାହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

ଆଗାମୀ ୭ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଯାହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେଗୁଡିକ ହେଲେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଗାମୀ ୨୪ ଘଣ୍ଟା ଭିତରେ ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।ଆସନ୍ତାକାଲି ମଧ୍ୟ ଏସବୁ ଜିଲ୍ଲା ସମେତ ନବରଙ୍ଗପୁର, ପୁରୀ ଏବଂ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top