Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଶହୀଦ ପରିବାରର ସହାୟତା ରାଶି୨୫ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର(ଓଡ଼ିଶା ୱେୟାର): ଶ୍ରୀନଗରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ୨ ଓଡ଼ିଆ ସିଆରପିଏଫ୍ ଯବାନଙ୍କ ପରିବାର ପାଇଁ ଅନୁକମ୍ପା ରାଶିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ଏହି ଦୁଇ ଶହୀଦଙ୍କ ମରଶରୀର ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ôଚବା ପରେ ସେଠାରେ ସେମାନଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ମନ୍ତ୍ରୀ, ବିଧାୟକ, ସାଂସଦ, ପୁଲିସ ଡିଜି, ପୁଲିସ କମିଶନର, ଡିସିପିଙ୍କଠୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହି ଉଭୟ ଶହୀଦଙ୍କ ମରଶରୀରରେ ପୁଷ୍ପମାଲ୍ୟ ପ୍ରଦାନ ସହ ଶେଷ ଦର୍ଶନ କରିଥିଲେ ।
ଏପଟେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଓଡ଼ିଆ ଶହୀଦଙ୍କ ପରିବାର ପାଇଁ ଅନୁକମ୍ପା ରାଶିକୁ ୧୦ଲକ୍ଷରୁ ୨୫ଲକ୍ଷ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି । ଏହାସହିତ ଉଭୟ ଶହୀଦଙ୍କ ପ୍ୟାକେଜ ଘୋଷଣା କରାଯାଇଛି । ଦୁଇ ଶହୀଦଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ସହ ସେମାନଙ୍କ ଗାଁକୁ ମଡେଲ ପଞ୍ଚାୟତ ଭାବେ ବିକଶିତ କରାଯିବ । ଏହାବ୍ୟତୀତ ସେମାନେ ପିଲାବେଳେ ଯେଉଁ ସ୍କୁଲରେ ପାଠ ପଢ଼ିଥିଲେ ସେହି ସ୍କୁଲକୁ ସେମାନଙ୍କ ନାମରେ ନାମିତ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।
ଦୁଇ ଶହୀଦଙ୍କ ଅନ୍ତିମ ସଂସ୍କାରରେ ରାଜ୍ୟର ଦୁଇଜଣ କ୍ୟାବିନେଟ୍ ମନ୍ତ୍ରୀ ଶଶୀଭୂଷଣ ବେହେରା ଓ ପ୍ରତାପ ଜେନାଙ୍କ ସମେତ ସ୍ଥାନୀୟ ବିଧାୟକ,ସାଂସଦ ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ, ପୁଲୱାମାରେ ଆତ୍ମଘାତୀ ବିସ୍ଫୋରଣରେ ଓଡ଼ିଶାର ଦୁଇ ସିଆରପିଏଫ ଯବାନ ପ୍ରସନ୍ନ ସାହୁ ଓ ମନୋଜ ବେହେରା ଶହୀଦ ହୋଇଛନ୍ତି । ପ୍ରସନ୍ନଙ୍କ ଘର ଜଗତସିଂହପୁର ଜିଲ୍ଲା ନାଉଁଗା ବ୍ଲକର ପାରିଶିଖର ଗାଁରେ ମନୋଜଙ୍କ ଘର ନିଆଳିର ରତନପୁର ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top