Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶିକ୍ଷାନୁଷ୍ଠାନ ଖୋଲିବା ନିଷ୍ପତ୍ତି: ମନ୍ତ୍ରୀ-ସଚିବଙ୍କ କଥାକୁ ମୁଖ୍ୟମନ୍ତ୍ରୀଙ୍କ ନାପସନ୍ଦ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଆସନ୍ତା ଜାନୁୟାରୀ ମାସରୁ ସ୍କୁଲ-କଲେଜ ଖୋଲିବା ନେଇ ଉଭୟ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗର ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାପସନ୍ଦ କରିଛନ୍ତି । ରାଜ୍ୟ ସରକାର ସମସ୍ତ ଦୃଷ୍ଟିକୋଣରୁ ବିଚାର କରି ସ୍କୁଲ ଓ କଲେଜ ଖୋଲିବା ପାଇଁ ଉପଯୁକ୍ତ ନିଷ୍ପତ୍ତି ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
କୋଭିଡ୍ ମୁକାବିଲା ସ୍ଥିତିର ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍କୁଲ ଓ କଲେଜ ଖୋଲିବା ନେଇ ବିଭିନ୍ନ ବିଭାଗର ମନ୍ତବ୍ୟକୁ ନାପସନ୍ଦ କରିଛନ୍ତି । ପୂଜା ସମୟରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବ ବୋଲି ଯେଉଁ ଆଶଙ୍କା ହେଉଥିବା ତାକୁ ସଫଳତାର ସହ ଦୂରୀଭୂତ କରାଯାଇପାରିଛି । ଶୀତଋତୁର ଆଶଙ୍କା ମଧ୍ୟ ଦୂରୀଭୂତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।
ଉଲ୍ଲେଖଯୋଗ୍ୟ, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଯେ, ରାଜ୍ୟରେ ଜାନୁୟାରୀରେ ସ୍କୁଲ ଖୋଲିବା ପାଇଁ ଯୋଜନା କରାଯାଉଛି । ପ୍ରଥମେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ । ବାକି କ୍ଲାସଗୁଡ଼ିକ ଖୋଲିବ କି ନାହିଁ ସେ ନେଇ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ସ୍କୁଲ ଖୋଲିବା ପରେ ଅତିକମରେ ୧୦୦ଦିନ ଧରି କ୍ଲାସ ହେବ । ଶନିବାର ଓ ରବିବାର ଛୁଟିଦିନରେ ବି କ୍ଲାସ କରାଯିବ । କିଛିଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଜରିଆରେ ଷ୍ଟଡି ମ୍ୟାଟେରିଆଲ ଉଦଘାଟନ କରି ଛାତ୍ରଛାତ୍ରୀଙ୍କୁ ଦିଆଯିବ ।
ସେହିପରି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର କହିଥିଲେ ଯେ, ଛାତ୍ରଛାତ୍ରୀମାନେ ନୂଆବର୍ଷରେ କଲେଜରେ କ୍ଲାସ କରିବେ ବୋଲି ଆଶା କରୁଛୁ । ରାଜ୍ୟ ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ । ୟୁଜି ଓ ପିଜି ପାଇଁ ସେମିଷ୍ଟାର ପରୀକ୍ଷା ଘୁଂଚିବ । ୭୦-୮୦ଦିନ ପାଠ କ୍ଲାସରେ ପଢ଼େଇ ପରୀକ୍ଷା କରିବୁ । କଲେଜ ଖୋଲିବା ପାଇଁ ଯଦି ଅଧିକ ବିଳମ୍ବ ହେବ ତା’ହେଲେ ସିଲାବସ୍ କମାଇବା କଥା ଚିନ୍ତା କରାଯାଇପାରେ ।
ତେବେ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଲେଜ ଓ ସ୍କୁଲ ଖୋଲିବା ପାଇଁ ଦିଆଯାଇଥିବା ବୟାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନାପସନ୍ଦ କରିବା ଏବେ ପ୍ରଶାସନିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top