Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶିଶୁ ନିଖୋଜ ଘଟଣାର ଶ୍ୱେତପତ୍ର ଜାରି କରନ୍ତୁ ସରକାର : କଂଗ୍ରେସ

ଭୁବନେଶ୍ୱର (ଓଡ଼ିଶା ୱେୟାର):ରାଜ୍ୟରେ ଶିଶୁ ନିଖୋଜ ଘଟଣା ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ତୁରନ୍ତ ଏ ନେଇ ଏକ ଶ୍ୱେତପତ୍ର ଜାରି କରନ୍ତୁ ବୋଲି କଂଗ୍ରେସ ଦାବି କରିଛି । ଦୁଇବର୍ଷର ଶିଶୁ ପିହୁ ୪ମାସ ତଳେ ନିଖୋଜ ହେବା ଘଟଣାରେ ପୁଲିସର ମନ୍ଥର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇବା ସହ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇ ଚାଲିଯିବା ଉଚିତ୍ ବୋଲି କଂଗ୍ରେସ କହିଛି ।
ରାଜ୍ୟ କଂଗ୍ରେସ ଭବନରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ମୁଖପାତ୍ର ମନୋଜ ମହାପାତ୍ର ଓ ପଦ୍ମାକର ଗୁରୁ କହିଛନ୍ତି ଯେ, ଏବେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବାସହ ଶିଶୁ ନିଖୋଜ ଘଟଣା ଉଗ୍ରରୂପ ଧାରଣ କରିଛି । ନୟାଗଡ଼ ପରୀ ହତ୍ୟା ମାମଲା ରାଜ୍ୟରେ ଝଡ଼ ସୃଷ୍ଟି କରିଥିବା ବେଳେ ପିହୁ ଘଟଣାରେ ବିଂଝାରପୁର ଥାନାଧିକାରୀ ଓ ଯାଜପୁର ଜିଲ୍ଲା ପୁଲିସ ଏସପିଙ୍କ ଶିଥିଳତା ଓ ମନ୍ଥର ତଦନ୍ତକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ଓ ପ୍ରତିକ୍ରିୟା ଦେଖାଦେଇଛି । ତେଣୁ ପିହୁ ନିଖୋଜ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ମାଧ୍ୟମରେ ସତ୍ୟାସତ୍ୟ ଲୋକଲୋଚନକୁ ଆଣିବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଉଛି । ଗତକାଲି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକର ବିଧିପାଟଣା ଗ୍ରାମର ସଂଜୟ ସାହୁଙ୍କର ଝିଅ ସ୍ୱାତୀ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଛି । ଶିଶୁ ନିଖୋଜ ଘଟଣା ବୃଦ୍ଧି ପରୋକ୍ଷରେ ରାଜ୍ୟର ଶିଶୁମାନଙ୍କ ପ୍ରତି ଚରମ ଆକ୍ରମଣ ବୋଲି କଂଗ୍ରେସ କହିଛି । ରାଜ୍ୟ କଂଗ୍ରେସର ପ୍ରାକ୍ତନ ମୁଖପାତ୍ର ମନୋଜ ମହାପାତ୍ର ବର୍ଣ୍ଣନା କରିଛନ୍ତି । ୨୦୧୬ ସେପ୍ଟେମ୍ବର ଠାରୁ ଆଜିଯାଏଁ ରାଜ୍ୟରେ ପ୍ରାୟ ୭୦୦୦ ଶିଶୁ ନିଖୋଜ ହୋଇଛନ୍ତି ବୋଲି ସରକାରୀ ସୂତ୍ର କହୁଛି । ଏଥିରୁ ପ୍ରାୟ ୫୦୫୦ ଜଣ ହେଉଛନ୍ତି କେବଳ ନାବାଳିକା । ରାଜ୍ୟରେ ଶିଶୁମାନଙ୍କର ଏପରି ଅବସ୍ଥାପାଇଁ ଦାୟୀ କିଏ? ଏହା ପ୍ରମାଣ କରୁଛି ଯେ, ରାଜ୍ୟରେ ଅନାଥ ଓ ବିପନ୍ନ ଶିଶୁମାନଙ୍କର ଏକାଧିକ ଚାଲାଣ ର‌୍ୟାକେଟ୍ ସକ୍ରିୟ ଭାବରେ କାର୍ଯ୍ୟ କରୁଛନ୍ତି ।
ଶିଶୁ ନିଖୋଜ ଘଟଣା ବୃଦ୍ଧି ପାଉଥିବାବେଳେ ପିସିସି ପ୍ରତିନିଧି ଦଳ ଆସନ୍ତା ୧୪ତାରିଖରେ ରାଜ୍ୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ, ରାଜ୍ୟ ଶିଶୁ ସୁରକ୍ଷାର ଅଧ୍ୟକ୍ଷା ଓ ଡିଜି ପୁଲିସଙ୍କୁ ସାକ୍ଷାତ କରି ଉଭୟ ଘଟଣାର ତ୍ୱରିତ ତଦନ୍ତ ଦାବି କରିବ । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ରଶ୍ମି ମହାପାତ୍ର, ଅମୀୟ ପାଣ୍ଡବ ଓ ରଜନୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।
ଯାଜପୁରର ୨ବର୍ଷର ଝିଅ ନିଖୋଜ ଘଟଣାର ସରଜମିନ୍ ଯାଂଚ ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ମହିଳା କଂଗ୍ରେସର କାର୍ଯ୍ୟକାରୀ ସଭାପତି ବନ୍ଦିତା ପରିଡ଼ାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବରି ବ୍ଲକର ମଧୁସୂଦନପୁର ଗାଁକୁ ଯାଇ ପିହୁର ପରିବାରବର୍ଗଙ୍କୁ ଭେଟି ସବିଶେଷ ତଥ୍ୟ ସଂଗ୍ରହ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top