Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଶ୍ରୀମନ୍ଦିର ସେବାୟତ ଦି’ଫାଳ: ଦଳେ ନବୀନଙ୍କୁ , ଆଉ ଦଳେ ଶାହଙ୍କୁ ଭେଟିଲେ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଦୁଇ ଦଳ ବିଜେଡି ଓ ବିଜେପି ନିଜ ନିଜର ରାଜନୀତିକ ପ୍ରଭାବ ବିସ୍ତାର କରିବା ଆରମ୍ଭ କରିଛନ୍ତି । ଜାତୀୟ ଐତିହ୍ୟ ପ୍ରାଧିକରଣ (ଏନଏମଏ)ର ପ୍ରସ୍ତାବିତ ଉପନିୟମ(ବାଇ-ଲ)କୁ କେନ୍ଦ୍ର ସରକାର ପ୍ରତ୍ୟାହାର କରି ନେଇଥିବାବେଳେ ତା’ର ଶ୍ରେୟ ନେବାକୁ ଉଭୟ ବିଜେଡି ଓ ବିଜେପି ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି । ପୁରୀ ଶ୍ରୀମନ୍ଦିରର ସେବାୟତଙ୍କ ଗୋଟିଏ ଗୋଷ୍ଠୀ ଆଜି ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିବାବେଳେ ଅନ୍ୟ ଏକ ଗୋଷ୍ଠୀ ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ସାକ୍ଷାତ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ପୁରୀର ସେବାୟତମାନଙ୍କର ଏକ ପ୍ରତିନିଧି ଦଳ ଆଜି ସନ୍ଧ୍ୟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଯୋଗୁ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷଙ୍କ ଉପନିୟମକୁ କେନ୍ଦ୍ର ସରକାର ବାତିଲ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ହିଁ ସବୁକିଛି ସମ୍ଭବପର ହେଲା । ଶ୍ରୀମନ୍ଦିର ବିକାଶ ପାଇଁ ପୁରୀବାସୀଙ୍କ ତ୍ୟାଗ କେବେ ବ୍ୟର୍ଥ ହେବ ନାହିଁ । ଶ୍ରୀମନ୍ଦିରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି ଆଲୋଚନାବେଳେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ ।
ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ବିଜେପି ସଦସ୍ୟ ଓ ଶ୍ରୀମନ୍ଦିର ସେବାୟତମାନେ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କୁ ଭେଟି ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ପ୍ରସ୍ତାବିତ ଏନଏମଏର ଐତିହ୍ୟ ଉପନିୟମକୁ ପ୍ରତ୍ୟାହାର କରିଥିବାରୁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ଶାହ କହିଥିଲେ ଯେ, ପୁରୀ ଶ୍ରୀମନ୍ଦିର ଓ ତା’ର ନୀତିକାନ୍ତି, ପରମ୍ପରା, ସେବାୟତ ଓ ଭକ୍ତ ସମସ୍ତଙ୍କର ଭାବାବେଗ ଓ ଆବଶ୍ୟକତାକୁ ଅକ୍ଷୂଣ୍ଣ ରଖିବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ମୋଦି ସରକାର ଥିବା ଯାଏ ଶ୍ରୀଜଗନ୍ନାଥ ମନ୍ଦିର ଉପରେ କୌଣସି ଆଂଚ ଆସିବ ନାହିଁ ଗୃହମନ୍ତ୍ରୀ ଶ୍ରୀ ଶାହ କହିଛନ୍ତି ।
ଏହି ପ୍ରତିନିଧି ଦଳ ଆଜି ପ୍ରଥମେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ଭେଟି ଧନ୍ୟବାଦ ଜଣାଇଥିଲେ । ପୁରୀ ଶ୍ରୀମନ୍ଦିର ଓ ତା’ର ଚତୁଃପାଶ୍ୱର୍କୁ ସୌନ୍ଦର୍ଯ୍ୟକରଣ ଓ ସଂରକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଯାହା ବ୍ୟବସ୍ଥା କରାଯିବ ତାହା ସମସ୍ତ ନିଯୋଗ, ସେବାୟତ, ସ୍ଥାନୀୟ ବାସିନ୍ଦା ଓ ଷ୍ଟେକ ହୋଲଡରଙ୍କ ସହ ଚର୍ଚ୍ଚା କରି ନିଷ୍ପତ୍ତି ନିଆଯିବ ଓ ସେ ନିଜେ ପୁରୀ ଆସିବେ ବୋଲି ଶ୍ରୀ ପଟେଲ କହିଛନ୍ତି । ସେବାୟତମାନେ ଉଭୟ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ପୁରୀ ଆସିବା ପାଇଁ ନିମନ୍ତ୍ରଣ କରିଛନ୍ତି ।
ଏହି ପ୍ରତିନିଧି ଦଳରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୁରୀରୁ ବିଜେପିର ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର, ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ବସନ୍ତ ପତି, ଭୀମସେନ ଚନ୍ଦନ ହଜୁରୀ, ମଧୁସୂଦନ ସିଂହାରୀ, ରାମଚନ୍ଦ୍ର ସୁଆର, ଭବାନୀ ଶଙ୍କର ଦାସମହାପାତ୍ର ଓ ସୋମନାଥ ଖୁଣ୍ଟିଆ ପ୍ରମୁଖ ସାମିଲ ଥିଲେ ।
ତେବେ ଶ୍ରୀମନ୍ଦିର ପ୍ରସଙ୍ଗକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ଚାଲିଥିବା ରାଜନୀତି ଓ ଛକାପଞ୍ଝାକୁ ନେଇ ଏବେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top