Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସପ୍ତାହ ମଧ୍ୟରେ ଛୁଇଁବ ୧ କୋଟି ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା

ସୁଭଦ୍ରା ଯୋଜନା ପାଇଁ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ । ଏନେଇ ଆଜି ସୂଚନା ଦେଇ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଆଜି ପର୍ଯ୍ୟନ୍ତ ୯୨ ଲକ୍ଷ ଲୋକେ ସୁଭଦ୍ରା ଯୋଜନା ପାଇଁ ଆବଦେନ କରିସାରିଛନ୍ତି। ଆମେ ୨୫ ଲକ୍ଷ ୧୧ ହଜାର ଲୋକଙ୍କୁ ଦେଇଛୁ। ଆଉ ଏକ ସପ୍ତାହ ମଧ୍ୟରେ ଆବେଦନ ୧ କୋଟି ଛୁଇଁଯିବ । ଇ-କେୱାଇସି ପାଇଁ ଟିକେ ସମୟ ଲାଗୁଛି । ମାର୍ଚ୍ଚ ୮ ପୂର୍ବରୁ ପ୍ରଥମ କିସ୍ତିି ସମସ୍ତ ହିତାଧିକାରୀଙ୍କୁ ଦିଆଯିବ। ନହେଲେ ମାର୍ଚ୍ଚ ୮ରେ ସମସ୍ତେ ଏକା ସାଙ୍ଗରେ ପାଇବେ ୨ଟି କିସ୍ତି ଟଙ୍କା ବୋଲି ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିଥିଲେ । ଏହି ଯୋଜନା ଅଧୀନରେ ୨୧ ରୁ ୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ବର୍ଷ ମଧ୍ୟରେ ୫୦ ହଜାର ଟଙ୍କା ମିଳିବ। ଦୁଇଟି କିସ୍ତିରେ ବାର୍ଷିକ ୧୦ ହଜାର ଟଙ୍କା ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ। ଏଯାଏ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ମିଳିସାରିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top