Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ : ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ନୌସେନା ସଜାଗ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ବାତ୍ୟା ‘ୟାସ’ର ରୂପ ନେଇ ଓଡ଼ିଶା-ପଶ୍ଚିମବଙ୍ଗ ଅଭିମୁଖେ ଗତି କରିବାର ସମ୍ଭାବନା ଥିବାବେଳେ ରିଲିଫ ଓ ଉଦ୍ଧାର କାର‌୍ୟ୍ୟ ପାଇଁ ନୌସେନାକୁ ସଜାଗ ରଖାଯାଇଛି। ନୌସେନାର ୪ଟି ଜାହାଜ ଓ ଏୟାରକ୍ରାଫ୍ଟକୁ ରିଲିଫ ଓ ଉଦ୍ଧାର କାର‌୍ୟ୍ୟ ସହ ମାନବିକ ସହାୟତା ପାଇଁ ଆଜି ପ୍ରସ୍ତୁତ ରଖାଯାଇଛି।
ସୂଚନା ଅନୁସାରେ, ଓଡ଼ିଶା ଓ ପଶ୍ଚିମବଙ୍ଗରେ ବାତ୍ୟା ସମ୍ଭାବନାକୁ ଦୃଷ୍ଟିରେ ରଖି ଭାରତୀୟ ନୌସେନାର ଇଷ୍ଟର୍ଣ୍ଣ ନାଭାଲ କମାଣ୍ଡ ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି। ଓଡ଼ିଶା ଓ ପଶ୍ଚିମବଙ୍ଗ ଦାୟିତ୍ୱରେ ଥିବା ନାଭାଲ କମାଣ୍ଡ ପକ୍ଷରୁ ବାତ୍ୟା ‘ୟାସ’ର ମୁକାବିଲା ପାଇଁ ୮ଟି ବନ୍ୟା ରିଲିଫ ଟିମ୍‌, ୪ଟି ଡ୍ରାଇଭିଂ ଟିମ୍‌କୁ ଓଡ଼ିଶା ଓ ପଶ୍ଚିମବଙ୍ଗରେ ମୁତୟନ କରାଯାଇଛି।
୪ଟି ନୌଜାହାଜକୁ ଯେକୌଣସି ପ୍ରକାରର ମାନବିକ ସହାୟତା ପାଇଁ ଷ୍ଟାଣ୍ଡବାଏ ମୋଡରେ ରଖାଯାଇଛି । ନାଭାଲ ଏୟାର ଷ୍ଟ୍ରିପରେ ଏୟାରକ୍ରାଫ୍ଟକୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି । ବିଶାଖାପାଟଣାରେ ଆଇଏନଏସ୍ ଡେଭା ଏବଂ ଚେନ୍ନାଇରେ ଆଇଏନଏସ୍ ରାଜାଲିକୁ ପ୍ରସ୍ତୁତ ରଖାଯାଇଛି। ଲୋକଙ୍କୁ ସ୍ଥାନାନ୍ତର ଓ ରିଲିଫ ସାମଗ୍ରୀକୁ ଆକାଶମାର୍ଗରୁ ପକାଇବା ପାଇଁ ନୌସେନା ସହଯୋଗ କରିବ ବୋଲି ଜଣାପଡ଼ିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top