Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସର୍ବଦଳୀୟ ବୈଠକରେ ମହିଳା ବିଲ୍ ଗୃହୀତ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର(ଓଡ଼ିଶା ୱେୟାର):ସଂସଦର ବଜେଟ୍ ଅଧିବେଶନ ପାଇଁ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମହିଳା ସଂରକ୍ଷଣ ବିଲକୁ ଗୃହୀତ କରିବା ନିମନ୍ତେ ବିଜେଡି ଦାବି କରିଛି । ମହିଳା ବିଲକୁ ଉଭୟ କଂଗ୍ରେସ ଓ ବିଜେପି ସର୍ବସାଧାରଣରେ ସମର୍ଥନ କରୁଥିବାବେଳେ ୱାଇଏସଆର କଂଗ୍ରେସ ଓ ଟିଆରଏସ୍ ଭଳି ଦଳ ମଧ୍ୟ ସମର୍ଥନ ଜଣାଇଛନ୍ତି । ତେଣୁ ବିଲ୍ ଗୃହୀତ ହେବାରେ ସମସ୍ୟା ନାହିଁ ବୋଲି ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଛନ୍ତି ।
ସର୍ବଦଳୀୟ ବୈଠକରେ ଯୋଗ ଦେଇ ଫେରିବାପରେ ଶ୍ରୀ ମିଶ୍ର ଗଣମାଧ୍ୟମକୁ କହିଛନ୍ତି ଯେ, ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବଜେଟ୍ ଅଧିବେଶନରେ ମହିଳା ସଂରକ୍ଷଣ ବିଲ୍ ଗୃହୀତ କରିବା ନେଇ ନିର୍ଦ୍ଦିଷ୍ଟ ଭାବେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ବିଜେଡି ୨୦୧୯ ଲୋକସଭା ନିର୍ବାଚନରେ ୨୧ଟି ଆସନ ମଧ୍ୟରୁ ୭ଟି ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିଥିଲା । ଏକମାତ୍ର ଦଳ ଭାବେ ୩୩ ପ୍ରତିଶତ ମହିଳାଙ୍କୁ ଟିକେଟ୍ ଦେଇଥିଲା । ରାଜ୍ୟରେ ବିଜେଡିର ୫ଜଣ ମହିଳା ସାଂସଦ ବିଜୟୀ ହୋଇଥିବାବେଳେ ବିଜେପିର ୨ଜଣ ମହିଳା ସାଂସଦ ବିଜୟୀ ହୋଇଛନ୍ତି । ତେଣୁ ଦେଶରେ ଓଡ଼ିଶା ଏକମାତ୍ର ରାଜ୍ୟ ଯାହାର ଲୋକସଭାରେ ଏକତୃତୀୟାଂଶ ମହିଳା ସାଂସଦ ରହିଛନ୍ତି । ରାଜ୍ୟସଭାରେ ଏହି ବିଲ୍ ପ୍ରାୟ ୧୦ବର୍ଷ ପୂର୍ବରୁ ଗୃହୀତ ହୋଇସାରିଛି । ଲୋକସଭାରେ ଏହି ବିଲ୍ ଗୃହୀତ ହେବା ପାଇଁ ଏବେ ସମୟ ଆସଛି ବୋଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅନୁଭବ କରୁଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top