Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କଲେ ବିଜେପି ବିଧାୟକ!

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟର ମଣ୍ଡିରେ ଚାଷୀମାନେ ଧାନ ବିକ୍ରି କରିପାରୁନଥିବାରୁ ଉଦବେଗ ବ୍ୟକ୍ତ କରି ବିଜେପିର ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଆଜି ବିଧାନସଭା ଗୃହ ଭିତରେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତେବେ ବିଭିନ୍ନ ଦଳର ବିଧାୟକମାନଙ୍କ ହସ୍ତକ୍ଷେପ ଯୋଗୁ ସେ ଅଳ୍ପକେ ରକ୍ଷା ପାଇଛନ୍ତି ଓ ଏବେ ସୁସ୍ଥ ଅଛନ୍ତି ବୋଲି ଜଣାପଡ଼ିଛି । ଓଡ଼ିଶା ବିଧାନସଭା ଇତିହାସରେ ଏହା ପ୍ରଥମ ଘଟଣା ।
ମିଳିଥିବା ସୂଚନା ଅନୁସାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଦ୍ୱିତୀୟାର୍ଦ୍ଧ ଅପରାହ୍ନ ୪ଟାରେ ଆରମ୍ଭ ହେବାପରେ ବିଜେପି ବିଧାୟକ ଶ୍ରୀ ପାଣିଗ୍ରାହୀ ମଣ୍ଡି ସମସ୍ୟାକୁ ନେଇ ଉଦବେଗ ବ୍ୟକ୍ତ କରିବା ସହ ପୋଡ଼ିୟମ ନିକଟକୁ ଆସି ମଣ୍ଡିରୁ ଧାନ କିଣିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ । ଏପରିକି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଧାନବିକ୍ରି ପ୍ରସଙ୍ଗରେ ଗୃହରେ ଉତ୍ତର ରଖୁଥିବାବେଳେ ବିଜେପି ବିଧାୟକ ଶ୍ରୀ ପାଣିଗ୍ରାହୀ ବାଚସ୍ପତିଙ୍କ ଟେବୁଲ ସମ୍ମୁଖକୁ ଆସି ନିଜ ପକେଟ ଭିତରେ ରଖିଥିବା ସାନିଟାଇଜର ବୋତଲକୁ ଖୋଲି ପିଇବାକୁ ଉଦ୍ୟମ କରିଥିଲେ । ତେବେ ବିଧାୟକଙ୍କ ଏଭଳି କାର୍ଯ୍ୟ ଦେଖି ବିଜେପିର ଅନ୍ୟ ବିଧାୟକଙ୍କ ସମେତ କଂଗ୍ରେସ ବିଧାୟକ ସନ୍ତୋଷସିଂ ସାଲୁଜା, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ତାଙ୍କ ନିକଟକୁ ଦୌଡ଼ିଯାଇ ତାଙ୍କୁ ସେଥିରୁ ବାରଣ କରିଥିଲେ । କଂଗ୍ରେସ ବିଧାୟକ ଶ୍ରୀ ସାଲୁଜା ତାଙ୍କ ହାତରେ ସାନିଟାଇଜର ବୋତଲକୁ ଛଡ଼ାଇ ନେଇଥିଲେ । ସହଯୋଗୀ ବିଧାୟକମାନେ ଶ୍ରୀ ପାଣିଗ୍ରାହୀଙ୍କୁ ବୁଝାସୁଝା କରୁଥିବାବେଳେ ସେ ପ୍ରକୃତରେ ସାନିଟାଇଜର ପିଇଛନ୍ତି ନା ନାହିଁ ତାହା ଜଣାପଡ଼ିନି ।
ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ସମୟରେ ମଧ୍ୟ ଶ୍ରୀ ପାଣିଗ୍ରାହୀ ମଣ୍ଡିରୁ ଧାନ ନଉଠିଲେ ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଥିଲେ । ଆଜି ମଧ୍ୟ ସକାଳେ ସେ ଅନୁରୂପ ଭାବେ ଆତ୍ମହତ୍ୟା ଧମକ ଦେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top