Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସୁନୀତି ମୁଣ୍ତଙ୍କୁ ବିଜେପି ପାର୍ଟି ଅଫିସରୁ ତଡ଼ିଦେଲେ ବିଜେପି କର୍ମୀ 

ବିଜେପି ପାର୍ଟି ଅଫିସରେ ବିଜେପିରୁ ନିଲମ୍ୱିତ ହୋଇଥିବା ସୁନୀତି ମୁଣ୍ଡଙ୍କୁ ଦୁର୍ବ୍ୟବହାର । ସଭାପତି ମନମୋହନ ସାମଲଙ୍କୁ ଭେଟିବାକୁ ଆସିଥିବା ବେଳେ ସୁନୀତି ମୁଣ୍ଡଙ୍କୁ ଜୋରଦାର ବିରୋଧ କରିଥିଲେ ବିଜେପି ସଦସ୍ୟ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ଘଉଡ଼ାଇ ରାସ୍ତାରେ ଆଣି ଛାଡ଼ିଥିଲେ ମହିଳା ବିଜେପି କର୍ମୀ ।ଅନ୍ୟପଟେ ଏହି ଘଟଣା ପରେ ମାଧ୍ୟମରେ ସୁନୀତି ମୁଣ୍ଡ ପ୍ରତିକ୍ରିୟାରେ ଦେଇ କହିଛନ୍ତି ମୁଁ ସେମିତି କିଛି ଭୁଲ୍‌ କରିନାହିଁ । ମୁଁ ଦଳରେ ନାହିିଁ କିଏ କହିଲା । ଏଇଟା ମୋ ଘର । ମତେ ଘରକୁ ଆସିବାକୁ କେହି ଅଟକାଇ ପାରିବେ ନାହିଁ । ମୋ ବିରୋଧରେ କିଛି କୁଚକ୍ରୀ ଗୋଷ୍ଠୀ ଷଡ଼ଯନ୍ତ୍ର କରିଛନ୍ତି ।

କେନ୍ଦ୍ରୀୟ ବିଜେପି ଯେଉଁ ଢାଞ୍ଚାରେ କାମ କରୁଛି ସେହି ଢାଞ୍ଚାରେ ରାଜ୍ୟ ବିଜେପି କାମ କରୁଛି।ସେ ଆଉ ମଧ୍ୟ କହିଛନ୍ତି ମତେ କରାଯାଇଥିବା ନିଲମ୍ବନର ସତ ଜାଣିବାକୁ ରାଜ୍ୟ ପ୍ରଭାରୀଙ୍କ ପାଖକୁ ଚିଠି ଲେଖିଥିଲି । ବନ୍ତ ଥାନାରେ ହୋଇଥିବା ମାମଲା ଯୋଗୁ କାର୍ଯ୍ୟାନୁଷ୍ଠାନ ହୋଇଥିବା ସଂଗଠନ ସମ୍ପାଦକ ଜଣାଇଛନ୍ତି । ହେଲେ ଥାନାରେ ହୋଇଥିବା ମାମଲା ସମ୍ପୂର୍ଣ୍ଣ ମିଛ ।

ଅସତ୍ୟ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବିଜେପି ସାଂସଦ ଓ ବିଧାୟକଙ୍କ ନାଁରେ ଅନେକ ଏତଲା ରହିଛି । ସେମାନଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି ।ସୂଚନା ମୁତାବକ; କିଛି ଦିନ ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମହନଗର ନିଗମ(ବିଏମ୍‌ସି) ପୂର୍ବତନ ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ୍‌ଙ୍କୁ ଭାଜପାରୁ ନିଲମ୍ବିତ କରାଯାଇଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top