Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସୂର୍ଯ୍ୟ ପାତ୍ର ହେଲେ ରାଜ୍ୟର ୨୨ତମ ବାଚସ୍ପତି

ଭୁବନେଶ୍ୱର(ଓଡ଼ିଶା ୱେୟାର): ଷୋଡ଼ଶ ବିଧାନସଭାର ବାଚସ୍ପତି ତଥା ରାଜ୍ୟର ୨୨ତମ ବାଚସ୍ପତି ଭାବେ ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ର ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଛନ୍ତିି। ବିଜେପି ସଭ୍ୟମାନଙ୍କ ଅନୁପସ୍ଥିତିରେ ବିଜେଡି, କଂଗ୍ରେସ ଓ ସିପିଏମ୍ ବିଧାୟକମାନେ ସୂର୍ଯ୍ୟଙ୍କ ପ୍ରାର୍ଥୀତ୍ୱକୁ ସର୍ବସମ୍ମତିକ୍ରମେ ସମର୍ଥନ କରିଥିଲେ। ଶ୍ରୀ ପାତ୍ର ବିଧାନସଭାର ୨୨ତମ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ନବୀନ ପଟ୍ଟନାୟକ ଆଜି ଗୃହରେ ଏ ନେଇ ମୋସନ୍ ଆଗତ କରିଥିଲେ ଯାହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ସମର୍ଥନ କରିଥିଲେ। ପରେ କଂଗ୍ରେସ ବିଧାୟକ ଓ ସିପିଏମ୍ ବିଧାୟକଙ୍କ ସମେତ ଗୃହର ଅନ୍ୟ ସଦସ୍ୟମାନେ ବାଚନିକ ଭୋଟରେ ଏହି ମୋସନକୁ ସମର୍ଥନ ଜଣାଇଥିଲେ। ଗୃହର ପରମ୍ପରା ଅନୁସାରେ ନବନିର୍ବାଚିତ ବାଚସ୍ପତିଙ୍କୁ ପୋଡ଼ିୟମ ନିକଟକୁ ଗୃହର ନେତା, ସଂସଦୀୟ ବ୍ୟାପାର ମନ୍ତ୍ରୀ ଓ କାମଚଳା ବାଚସ୍ପତି ପାଛୋଟି ନେଇଥିଲେ।
୧୯୭୭ ମସିହାରେ ବ୍ରହ୍ମପୁର ମ୍ୟୁନିସପାଲଟିର କାଉନସିଲର ଭାବେ ନିଜର ରାଜନୀତିକ କ୍ୟାରିୟର ଆରମ୍ଭ କରିଥିବା ଶ୍ରୀ ପାତ୍ର ୧୯୯୦ ମସିହାରେ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତା’ପରଠୁ ସେ କ୍ରମାଗତ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଛନ୍ତି। ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିବା ଶ୍ରୀ ପାତ୍ର ୧୯୯୦ରେ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିବା ପରେ ୨୦୦୦ ମସିହାରୁ ନବୀନଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ କାର୍ଯ୍ୟ କରିଆସୁଥିଲେ। ତେବେ ୨୦୧୯ ମସିହାରେ ନିର୍ବାଚିତ ହେବାପରେ ତାଙ୍କୁ ବିଜେଡି ପକ୍ଷରୁ ବାଚସ୍ପତି ହେବା ପାଇଁ ପ୍ରସ୍ତାବ ଦିଆଯାଇଥିଲା, ଯାହାକୁ ସେ ସ୍ୱୀକାର କରିଥିଲେ।
ଓଡ଼ିଶା ବିଧାନସଭା ଇତିହାସ ଅନୁସାରେ ନନ୍ଦକିଶୋର ମିଶ୍ର ଓ ପ୍ରଦୀପ କୁମାର ଅମାତ୍ ସର୍ବାଧିକ ୭ବର୍ଷ (୨ଥରରେ) ଓ ପ୍ରସନ୍ନ କୁମାର ଦାଶ ୬ବର୍ଷ ବାଚସ୍ପତି ଭାବେ କାର୍ଯ୍ୟ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top