Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୩ ରୁ ୩ ଦିନ ପଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ବି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି।ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂନା ଅନୁଯାୟୀ, ଆଜି ଉତ୍ତର ଆଣ୍ଡାମାନ ସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବାୟୁମଣ୍ଡଳର ଉପରି ଭାଗରେ ଏହା ୫.୮ କିମି ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି।

ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨୧ ତାରିଖରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ଅବପାତର ରୂପ ନେଇ ସ୍ଥଳଭାଗ ମୁହାଁ ହୋଇପାରେ ବୋଲି ଆଇଏମ୍ଡି ପୂର୍ବାନୁମାନ କରିଛି।ତେବେ ଏହା କେଉଁଠି ସ୍ଥଳଭାଗ ଅତିକ୍ରମ କରିବ ଓ ଏହାର ରୂପରେଖ କେତେ ତୀବ୍ରତର ହେବ ସେ ନେଇ ଏବେ ସ୍ପଷ୍ଟ ହୋଇପାରିନି। ସେତେବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବି ବର୍ଷାର ପରିମାଣ ଅଧିକ ରହିପାରେ ବୋଲି ପୁର୍ବାନୁମାନ ହୋଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ଲଘୁଚାପଜନିତ ବର୍ଷା ନେଇ କୌଣସି ଆକଳନ ହୋଇ ନ ଥିବା ବେଳେ ଟ୍ରାପ ଲାଇନ୍ ପ୍ରଭାବରେ ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବିଶେଷ କରି ଉତ୍ତର, ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଦେଖିବାକୁ ମିଳିପାରେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top