Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା କଟକଣା

ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ହେବାକୁ ଥିବାରୁ ପ୍ରଶାସନ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିବ । ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ କଟକଣା । ଆସନ୍ତାକାଲି କେବଳ ସିଂହଦ୍ବାର ଦେଇ ପଶିବେ ଶ୍ରଦ୍ଧାଳୁ ।

ସିଂହଦ୍ଵାରରେ ପଶି ଅନ୍ୟ ୩ଟି ଦ୍ବାରରେ ବାହାରିବେ । ବଡ଼ଦାଣ୍ଡ ବା ଶ୍ରୀମାର୍ଗ ବାଟ ଦେଇ ଘରକୁ ଯାଇପାରିବେ । ଅନ୍ୟପଟେ ଆଜି ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ସମସ୍ୟା ସ୍ଥିତିର ସମୀକ୍ଷା କରିଛି ପୋଲିସ ।ଆସନ୍ତା କାଲି ସକାଳ ୬ଟା ସୁଧା ପହଣ୍ଡି ଶେଷ କରିବା ପାଇଁ କହିଛନ୍ତି ସେବାୟତ । କାଲି ଭୋର ସାଢ଼େ ୪ଟାରୁ ମହାପ୍ରଭୁଙ୍କ ମଙ୍ଗଳାର୍ପଣ କରାଯାଇ ଧାଡି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ସ୍ନାନବେଦୀ ଉପରକୁ ବିଜେ କରିବେ ।

ଭୋର ୫ଟାରୁ ପହଣ୍ଡି ଆରମ୍ଭ ହୋଇ ୭ଟା ମଧ୍ୟରେ ଶେଷ ହେବାସହ ପହଣ୍ଡି ପରେ ମଙ୍ଗଳା ଆଳତୀ, ମଇଲମ ଓ ଅନ୍ୟାନ୍ୟ ନୀତି କରାଯାଇ ଦିନ ୧୨ଟା ୨୦ରୁ ୧ଟା ୪୫ ଭିତରେ ପ୍ରତ୍ୟକ୍ଷ ସ୍ନାନନୀତି ଅନୁଷ୍ଠିତ ହେବ । ପରେ ମହାପ୍ରଭୁଙ୍କ ଅପରାହ୍ଣ ୩ଟାରେ ଛେରାପହଁରା ନୀତି ଓ ୩ଟା ୪୦ ମଧ୍ୟରେ ହାତୀବେଶ କରାଯାଇ ଭୋଗ ଅନୁଷ୍ଠିତ ହେବ । ପରେ ଦୁର୍ଲ୍ଲଭ ହାତୀବେଶକୁ ଭକ୍ତ ଶ୍ରଦ୍ଧାଳୁ ମାନେ ବଡଦାଣ୍ଡ ସମେତ ସ୍ନାନମଣ୍ଡପର ଅତି ନିକଟରୁ ୩ ଘଣ୍ଟ ପର୍ଯ୍ୟନ୍ତ ଦର୍ଶନ କରିବାର ସୁଯୋଗ ପାଇବେ । ମହାପ୍ରଭୁଙ୍କ ଏହି ସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀମନ୍ଦିର ଚାରି ପାଖରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ଏଥିସହ ୪ କମାଣ୍ଡର, ଏସପିଙ୍କ ସହ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top