Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହାଜତ ମୃତ୍ୟୁ: ଜାତୀୟ ଓ ରାଜ୍ୟ ମାନବାଧିକାରଙ୍କୁ ଫେରାଦ ହେଲା ବିଜେପି

ଭୁବନେଶ୍ୱର (ଓଡ଼ିଶା ୱେୟାର):ରାଜ୍ୟରେ ହାଜତ ମୃତ୍ୟୁ ଘଟଣା ସମ୍ପର୍କରେ ବିଜେପି ଆଜି ଉଭୟ ଜାତୀୟ ମାନବାଧିକାର କମିଶନ ଓ ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ଫେରାଦ ହୋଇଛି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଦିଲ୍ଲୀରେ ଜାତୀୟ ମାନବାଧିକାର କମିଶନଙ୍କୁ ଭେଟି ଓଡ଼ିଶାର ହାଜତ ମୃତ୍ୟୁ ସମ୍ପର୍କରେ ଅଭିଯୋଗ କରିଥିବାବେଳେ ବିଜେପି ବିଧାୟକଙ୍କ ଏକ ପ୍ରତିନିଧି ଦଳ ଭୁବନେଶ୍ୱରରେ ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟି ଫେରାଦ ହୋଇଛି ।
ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତକାଲି ପୁରୀରେ ୩୦ବର୍ଷ ବୟସର ଯୁବକର କେ.ରମେଶଙ୍କର ପୁଲିସ ହେପାଜତରେ ମୃତ୍ୟୁ ହୋଇଛି । ପୁଲିସ ତାଙ୍କ ଘର ଲୋକଙ୍କୁ ନଜଣାଇ ଅମାନବୀୟ ଭାବେ ସ୍ୱର୍ଗଦ୍ୱାରଠାରେ ଶବଦାହ କରିଦେଇଛି । ଘର ଲୋକଙ୍କୁ ଶବ ଦେଖିବା ପାଇଁ ଦିଆଗଲା ନାହିଁ । ଏପରିକି ପୁଲିସ୍ ତାଙ୍କ ଘର ଲୋକଙ୍କୁ ଉଠାଇ ନେଇ କେଉଁଠି କେଉଁ ଦୋଷରେ କେଉଁ ଥାନାରେ ରଖିଛି କେହି ଜାଣିନାହାନ୍ତି । ପୁଲିସ ଏଭଳି ଅମାନବୀୟ ଓ ନିନ୍ଦନୀୟ କାର୍ଯ୍ୟ ବିରୁଦ୍ଧରେ ବିଜେପି ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଛି ।
ଏ ସମ୍ପର୍କରେ ସୂଚନା ଦେଇ ବିଜେପି ମୁଖପାତ୍ର ଡଃ ପାତ୍ର କହିଛନ୍ତି ଯେ, ହାଜତ ମୃତ୍ୟୁ ଓଡ଼ିଶା ପୁଲିସର ଅମାନବୀୟତା ଓ ବର୍ବରତାର ଅସଲ ମୁଖା ଖୋଲି ଦେଇଛି । ଜାତୀୟ ମାନବାଧିକାର କମିଶନଙ୍କୁ ଭେଟି ହାଜତ ମୃତ୍ୟୁ ଘଟଣା ପ୍ରସଙ୍ଗରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛୁ । କମିଶନ ଆମର ପୁରା ବିଷୟକୁ ଶୁଣିବାପରେ ଦୁଃଖ ପ୍ରକାଶ କରିବା ସହ ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ବିଜେପି ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁକାନ୍ତ ନାୟକ ଓ ମୁକେଶ ମହାଲିଙ୍ଗ ଆଜି ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟି ଏକ ନିରପେକ୍ଷ କମିଟି ଜରିଆରେ ଏହି ଅମାନବୀୟ ଘଟଣାର ନିରପେକ୍ଷ ତଦନ୍ତ କରାଇ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ଜଣାଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top