Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ହାଜତ ମୃତ୍ୟୁ : ପୁରୀ ଏସପିଙ୍କ ବହିଷ୍କାର ଓ ଏକ କୋଟି ଟଙ୍କା କ୍ଷତିପୂରଣ ଦାବି କଲା ବିଜେପି

ଭୁବନେଶ୍ୱର(ଓଡ଼ିଶା ୱେୟାର):ପୁରୀ ହାଜତ ମୃତ୍ୟୁ ଘଟଣାରେ ପୁରୀ ଏସପିଙ୍କୁ ତୁରନ୍ତ ବହିଷ୍କାର ସହ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବା ପାଇଁ ବିଜେପି ଦାବି କରିଛି ।
ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ନେତୃତ୍ୱରେ ବିଜେପିର ୧୦ଜଣ ବିଧାୟକ ଆଜି ପୁରୀ ଗସ୍ତ କରି ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି । ଏହାସହିତ ଥାନା ହାଜତରେ ଜଣେ ୩୧ବର୍ଷୀୟ ଯୁବକଙ୍କୁ ପିଟି ପିଟି ହତ୍ୟା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିଜେପି ବିଧାୟକମାନେ କହିଛନ୍ତି । ଏପରିକି ମୃତକଙ୍କ ଶବକୁ ତାଙ୍କ ପରିବାରକୁ ନଦିଆଯିବା ପୁଲିସର ଅମାନବୀୟ ଆଚରଣକୁ ଦର୍ଶାଉଛି । ଶ୍ରୀ ନାଏକ କହିଛନ୍ତି ଯେ, ରାଜ୍ୟରେ ଆଇନଶୃଙ୍ଖଳା ସଂପୂର୍ଣ୍ଣଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି । ଲୋକଙ୍କ ସୁରକ୍ଷା ପାଇଁ ନିୟୋଜିତ ଥିବା ପୁଲିସ ଆଜି ହତ୍ୟାକାରୀ ପାଲଟିଛି । ଗତ ରାତିରେ ସଂପୃକ୍ତ ଯୁବକଙ୍କୁ ଘରୁ ପୁଲିସ ଉଠାଇ ଆଣିବା ପରେ ଆଜି ତାଙ୍କର ମୃତ୍ୟୁ ହେବା ପୁଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । କେବଳ ସେତିକି ନୁହେଁ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର ନକରିବା ଏବଂ ଶବଦାହ କରିବାବେଳେ ଦସ୍ତଖତ ବଦଳରେ ଟିପ ଚିହ୍ନ ଲଗାଇ ଘଟଣାକୁ ଚପାଇ ଦେବାର ଅପଚେଷ୍ଟା କରାଯାଇଛି ବୋଲି ବିରୋଧୀ ଦଳ ନେତା ଶ୍ରୀ ନାଏକ ଅଭିଯୋଗ କରିଛନ୍ତି ।
ବିରୋଧୀ ଦଳ ନେତା ଶ୍ରୀ ନାଏକ ଆଜିର ଦିବସକୁ କଳା ଦିବସ ବୋଲି କହିବା ସହ ଏହି ଘଟଣାରେ ସଂପ୍‌ୃକ୍ତ ପୁଲିସଙ୍କ ବିରୁଦ୍ଧରେ ୩୦୨ ଦଫା ଲଗାଇ ଗିରଫ କରାଯାଉ । ଆଉ ପୁଲିସର ଏପରି ଅମାନବୀୟ ଏବଂ ଦାୟିତ୍ୱହୀନତା କାର୍ଯ୍ୟ ପାଇଁ ପୁରୀ ଏସପିଙ୍କୁ ତୁରନ୍ତ ବହିଷ୍କାର କରିବା ପାଇଁ ସେ ଦାବି କରିଛନ୍ତି ।
ଏହି ପ୍ରତିନିଧି ଦଳରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ମୋହନ ମାଝୀ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଉଦଳା ବିଧାୟକ ଭାସ୍କର ମଢେଇ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଓ ସ୍ଥାନୀୟ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ବିଧାୟକମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top