Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହିଞ୍ଜିଳି ପରେ କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳି ପରେ କଣ୍ଟାବାଞ୍ଜିରୁ ଆଜି ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ହେଉଛି ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର । ଏହି ଜାଗାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ । ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିଛନ୍ତି ନବୀନ।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି ।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ମୋଟ୍ ସ୍ଥାବର ସମ୍ପତିର ମୂଲ୍ୟ ୫୭ କୋଟି ୨ ଲକ୍ଷ ୧୮ ହଜାର ଟଙ୍କା । ସେହିପରି ଅସ୍ଥାବର ସମ୍ପତିର ପରିମାଣ ୧୪ କୋଟି ୫ ଲକ୍ଷ ୬୦ ହଜାର ୩୬୪ ଟଙ୍କା । ନବୀନଙ୍କ ୫୭ କୋଟିର ସ୍ଥାବର ସମ୍ପତ୍ତି: ସେହିପରି ସ୍ଥାବର ସମ୍ପତ୍ତିରେ ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ଭାବେ ନବୀନ ନିବାସ ଏବଂ ନୂଆଦିଲ୍ଲୀର ୩-ଏପିଜେ ଅବଦୁଲ କଲାମ୍ ରୋଡକୁ ସତ୍ୟପାଠରେ ଦର୍ଶାଯାଇଛି । ଏହାର ବର୍ତ୍ତମାନର ଆନୁମାନିକ ମୂଲ୍ୟ ଯଥାକ୍ରମେ ୧୩,୬୬,୦୦,୦୦୦ ଟଙ୍କା ଏବଂ ୪୩,୩୬,୧୮,୦୦୦ ହେବ । ଏହି ସମସ୍ତ ସ୍ଥାବର ସମ୍ପତ୍ତିର ମୋଟ ମୂଲ୍ୟ ୫୭ କୋଟି ୨ ଲକ୍ଷ ୧୮ ହଜାର ଟଙ୍କା । ସରକାରଙ୍କ ପକ୍ଷରୁ ମିଳୁଥିବା ଦରମା ଏବଂ ବ୍ୟାଙ୍କରୁ ମିଳୁଥିବା ସୁଧ ହିଁ ତାଙ୍କର ମୁଖ୍ୟ ଆୟ । ଅସ୍ଥାବର ସମ୍ପତିର ପରିମାଣ ୧୪ କୋଟି ୫ ଲକ୍ଷ ୬୦ ହଜାର ୩୬୪ । ତାଙ୍କ ପାଖରେ ୪୫.୭୭୦ ଗ୍ରାମର ଅଳଙ୍କାର ରହିଛି । ସେ ହୀରା ଓ ମାଣିକ୍ୟର ବୋତାମ ରଖିଥିବା ବେଳେ ତାହାର ଆନୁମାନିକ ମୂଲ୍ୟ ପ୍ରାୟ ୪ ଲକ୍ଷ ୧୭ ହଜାର ୯୫ ଟଙ୍କା ହେବ ବୋଲି କୁହାଯାଇଛି । ଏହି ସମସ୍ତ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୧୪ କୋଟି ୫ ଲକ୍ଷ ୬୦ ହଜାର ୩୬୪ ଟଙ୍କା ୪୦ ପଇସା ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top