Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

‘ହୋଟେଲ ଓ କ୍ଲବର ବାର୍ ଓ ବିୟର ପାର୍ଲର ଖୋଲିବ’

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବାବେଳେ ରାଜ୍ୟ ସରକାର ଆଜି ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲ, କ୍ଲବରେ ଥିବା ବାର ସମେତ ବିୟର ପାର୍ଲରକୁ ତତ୍କାଳ ପ୍ରଭାବରୁ ଖୋଲିବାକୁ ଅନୁମତି ଦେଇଛନ୍ତି । ତେବେ କଣ୍ଟେନମେଣ୍ଟ ଜୋନ୍ ମଧ୍ୟରେ ଥିବା କୌଣସି ଏଭଳି ବାର କିମ୍ବା ବିୟର ପାର୍ଲର ଖୋଲିବାକୁ ଅନୁମତି ମିଳିବ ନାହିଁ । ଓଡ଼ିଶା ଅବକାରୀ ଆଇନ-୨୦୦୮ର ଧାରା ୯୩ ଅନ୍ତର୍ଗତ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ।
ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଆଜି ଜାରି ନିର୍ଦ୍ଦେଶନାମା ଅନୁସାରେ, ଲାଇସେନ୍ସ ସର୍ତ୍ତାବଳୀରେ ଧାର୍ଯ୍ୟ ସମୟ ଅନୁସାରେ ଏଣିକି ‘ବାର’ଗୁଡ଼ିକ ଖୋଲା ରହିବ । ସମସ୍ତ ‘ଅନ୍ ’ସପ୍ ବା ବାରଗୁଡ଼ିକୁ ରାଜ୍ୟ ସରକାରଙ୍କ ଦ୍ୱାରା ୨୦୨୦ ଜୁନ୍ ୪ତାରିଖରେ ଜାରି କୋଭିଡ୍ ଗାଇଡଲାଇନକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସ୍ଥାନୀୟ ପୁଲିସ ଓ ଅବକାରୀ ବିଭାଗର କର୍ମଚାରୀମାନେ ଏସବୁ ପ୍ରତି ତୀକ୍ଷ୍ଣ ନଜର ରଖିବା ସହ କୋଭିଡ୍ ଗାଇଡଲାଇନ୍ ଓ ଅନ୍ୟାନ୍ୟ ପ୍ରାବଧାନକୁ ଯଦି କୌଣସି ଲାଇସେନ୍ସଧାରୀ ଉଲ୍ଲଘଂନ କରନ୍ତି ତା’ହେଲେ ସ୍ଥାନୀୟ ଜିଲ୍ଲାପାଳମାନେ ସେହି ବାରକୁ ବନ୍ଦ କରିପାରିବେ ବୋଲି ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।
ସୂଚନାଯୋଗ୍ୟ, ରାଜ୍ୟ ସରକାର ୨୦୨୦ ସେପ୍ଟେମ୍ବର ୭ତାରିଖରୁ ରାଜ୍ୟରେ ସମସ୍ତ ଆଇଏମଏଫଏଲ୍ ‘ଅଫ୍‌’ ଓ ‘ଅନ୍‌’ ସପ୍ ସମେତ ମଦର ହୋମ୍ ଡେଲିଭରୀକୁ ଅନୁମତି ଦେଇଥିଲେ । ମାତ୍ର ରେଷ୍ଟୁରାଣ୍ଟ, ହୋଟେଲ ଓ କ୍ଲବଗୁଡ଼ିକରେ ଥିବା ବାରକୁ ଖୋଲିବା ପାଇଁ ଅନୁମତି ମିଳିନଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top