Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହୋମ୍ କ୍ୱାରେଣ୍ଟାଇନରେ ରହିବେନି ରେଲୱେ ପରୀକ୍ଷାର୍ଥୀ,ସରକାର ଦେଲେ ଅନୁମତି

ଭୁବନେଶ୍ୱର(ଓଡ଼ିଶା ୱେୟାର): ରେଳବାଇ ରିକ୍ର‌୍ୟୁଟମେଣ୍ଟ ବୋର୍ଡର ଅନୁରୋଧ ପରେ ରାଜ୍ୟ ସରକାର ଆଜି ରେଲୱେ ପରୀକ୍ଷାର୍ଥୀଙ୍କ ପାଇଁ କୋଭିଡ୍ ନିୟମକୁ କୋହଳ କରିଛନ୍ତି । ରେଳବାଇ ପରୀକ୍ଷା ଦେବାକୁ ଭୁବନେଶ୍ୱର ଆସୁଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ହୋମ୍ କ୍ୱାରେଣ୍ଟାଇନ୍ ବାଧ୍ୟତାମୂଳକ ହେବ ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ, ଝାରସୁଗୁଡ଼ା ବିମାନ ବନ୍ଦର ନିର୍ଦ୍ଦେଶକ ଓ ପୂର୍ବତଟ ରେଳପଥ ଜେନେରାଲ ମ୍ୟାନେଜରଙ୍କୁ ଚିଠି ଲେଖି ସୂଚନା ଦେଇଛନ୍ତି ।
ଶ୍ରୀ ମହାପାତ୍ର କହିଛନ୍ତି ଯେ, ଆସନ୍ତାକାଲିଠୁ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ପ୍ରାୟ ୧୦୫୦୦ ପରୀକ୍ଷାର୍ଥୀ ଭୁବନେଶ୍ୱରରେ ରେଳବାଇ ପରୀକ୍ଷା ଦେବେ । ଏହି ପରୀକ୍ଷାର୍ଥୀମାନଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ଜରୁରୀ ନୁହେଁ । ତେବେ ଏଥିପାଇଁ ପରୀକ୍ଷାର୍ଥୀମାନଙ୍କୁ ନିଜର ରେଳବାଇ ପକ୍ଷରୁ ଦିଆଯାଇଥିବା ଆଡମିଟ୍ କାର୍ଡ ଦେଖାଇବାକୁ ପଡ଼ିବ । ଅବଶ୍ୟ ପରୀକ୍ଷା ଦେବାବେଳେ ସେମାନଙ୍କୁ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ପଡ଼ିବ ।
ସୂଚନାଯୋଗ୍ୟ, ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଗତ ସପ୍ତାହରେ ୫ଟି ରାଜ୍ୟରୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭ଦିନ ହୋମ୍ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top