Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୧୦ରେ ଭୁବନେଶ୍ୱରରେ ଜିଏସଟି କାଉନସିଲ ବୈଠକ

ଭୁବନେଶ୍ୱର : ଆସନ୍ତାମାସ ୧୦ତାରିଖରୁ ୩ଦିନ ଧରି ଭୁବନେଶ୍ୱରରେ ଜିଏସଟି କାଉନସିଲର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଏଥିରେ ଉଭୟ ଜିଏସଟି ଲ’ କମିଟି ଓ ଲ’ ରିଭ୍ୟୁ କମିଟିର ସଦସ୍ୟମାନେ ଯୋଗଦେବେ । ପେଟ୍ରୋଲିୟମ ସାମଗ୍ରୀକୁ ଜିଏସଟି ଅନ୍ତର୍ଭୁକ୍ତ କରିବା ପାଇଁ ବିଭିନ୍ନ ମହଲରେ ହେଉଥିବା ଦାବି ଉପରେ ଏହି ବୈଠକରେ ଚର୍ଚ୍ଚା ହେବାର ସମ୍ଭାବନା ରହିଛି । ମିଳିଥିବା ସୂଚନା ଅନୁସାରେ ରାଜଧାନୀର ହୋଟେଲ ମେ’ୟେଫାରରେ ୩ଦିନ ଧରି ଜିଏସଟି କାଉନସିଲର ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ଭାରତ ସରକାରଙ୍କ ୨୫ରୁ ୩୦ଜଣ ବରିଷ୍ଠ ଅଧିକାରୀଙ୍କ ସମେତ ବିଭିନ୍ନ ରାଜ୍ୟର ପଦାଧିକାରୀମାନେ ଯୋଗ ଦେବେ । ଜିଏସଟିି ଲ’ କମିଟିରେ ସଦସ୍ୟ ଥିବା ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଓ ବିଭିନ୍ନ ଏଜେନ୍ସିର ଅଧିକାରୀଙ୍କ ବ୍ୟତୀତ ଗୁଜରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, କେରଳ, ପଶ୍ଚିମବଙ୍ଗ ଓ ବିହାର ସରକାରଙ୍କ ପ୍ରତିନିଧି ଯୋଗଦେବେ । ସେହିପରି ଲ’ ରିଭ୍ୟୁ କମିଟିରେ ସଦସ୍ୟ ଥିବା ଆସାମ, ଓଡ଼ିଶା, ପଞ୍ଜାବ, ରାଜସ୍ଥାନ ଓ ମଧ୍ୟପ୍ରଦେଶ ସରକାରଙ୍କ ପ୍ରତିନିଧି ସାମିଲ ହେବେ । ରାଜ୍ୟରେ ପେଟ୍ରୋଲିୟମ ସାମଗ୍ରୀର ଦରବୃଦ୍ଧି ହେଉଥିବାରୁ ଏହାକୁ ଜିଏସଟିି ପରିସରଭୁକ୍ତ କରିବା ନିମନ୍ତେ ରୂପରେଖ ଉପରେ ବୈଠକରେ ଆଲୋଚନା ହେବ ବୋଲି ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top