Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୨ କୋଟି ଟଙ୍କାରେ ନୂଆ ରୂପ ପାଇଲା ରାମଲିଙ୍ଗେଶ୍ୱର ଜଳାଶୟ

ଭୁବନେଶ୍ୱର(ଓଡ଼ିଶା ୱେୟାର):ବ୍ରହ୍ମପୁର ସହରର ୮ଏକର ପରିମିତ ଜମିରେ ଥିବା ପ୍ରାଚୀନ ପବିତ୍ର ପୁଷ୍କରଣୀ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଜଳାଶୟକୁ ଉଦଘାଟନ କରିଛନ୍ତି । ୨୦୧୭ ମସିହାରେ ୧୨କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି ଜଳାଶୟର ମଧ୍ୟଭାଗରେ ଭଗବାନ ଶଙ୍କରଙ୍କ ୩୫ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତି ଶୋଭା ପାଉଥିବାବେଳେ ଚାରିପଟେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢ଼ି ତୋଳିଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଜଳାଶୟର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଉଦଘାଟନ କରି ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଓ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବାକୁ ବ୍ରହ୍ମପୁରବାସୀଙ୍କୁ ଆହ୍ୱାନ କରିଥିଲେ । ଏହି ଜଳାଶୟ ଓ ପାର୍କ ଆଜି ଗଞ୍ଜାମ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି । ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ସହର ପାଇଁ ୪୨କୋଟି ଟଙ୍କା ବ୍ୟୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିଛି । ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଙ୍ଗ ରୋଡ୍ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି । ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡ଼ିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ଚାଲିଛି ।
ଏହି ଜଳାଶୟର ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଉଦଘାଟନୀ ଉତ୍ସବରେ ଚିତାକର୍ଷକ ଆତସବାଜି, ଶିବତାଣ୍ଡବ ସ୍ତୋତ୍ରର ତାଳେତାଳେ ଲେଜର ଲାଇଟ୍ ପ୍ରଦର୍ଶନୀ ହୋଇଥିଲା ।
ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସମେତ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,ବିକ୍ରମ ପଣ୍ଡା ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ସାମିଲ ହୋଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top