Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୩ଟି ଗାଁ ଲୋକଙ୍କ ଜମିକୁ ହଡ଼ପ କରିଛନ୍ତି ସରକାର, ମାର୍ଚ୍ଚ ୧ ପରେ ନିର୍ଣ୍ଣାୟକ ଆନ୍ଦୋଳନ : ସୁର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ଅନେକ ମୂଲ୍ୟବାନ ଜମିକୁ ସରକାର ଏବେ ଶାଗମାଛ ଦରରେ ଇଡକୋ ମାଧ୍ୟମରେ ବିକ୍ରି କରୁଥିବାବେଳେ ଜଟଣୀ ମ୍ୟୁନିସପାଲଟି ଓ ତା’ର ପାଶ୍ୱର୍ବର୍ତ୍ତୀ ୧୩ଟି ଗାଁ ଲୋକଙ୍କ ସ୍ଥିତିବାନ ଜମିକୁ ମଧ୍ୟ ସରକାର ହଡ଼ପ କରିନେଇଛନ୍ତି । ଯେଉଁଥିପାଇଁ ଲୋକଙ୍କୁ ଏବେ ସମସ୍ତ ପ୍ରକାରର ସରକାରୀ ସୁବିଧାସୁଯୋଗରୁ ବଂଚିତ ହେବାକୁ ପଡ଼ୁଛି । ବାରମ୍ବାର ଅନୁରୋଧ ସତ୍ତ୍ୱେ ସରକାର ଶୁଣୁନାହାନ୍ତି । ଯଦି ମାର୍ଚ୍ଚ ୧ ପୂର୍ବରୁ ସମସ୍ୟାର ସମାଧାନ ନହୁଏ ତା’ହେଲେ ୧୩ଟି ଗାଁର ଲୋକେ ଭୁବନେଶ୍ୱର ଆସି ଲୋକସେବା ଭବନ ଘେରାଉ କରିବେ ବୋଲି ସ୍ଥାନୀୟ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ ଚେତାବନୀ ଦେଇଛନ୍ତି ।
ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ରାଉତରାୟ କହିଛନ୍ତି ଯେ, ଖୋର୍ଦ୍ଧା ଜିଲ୍ଲାର ସମସ୍ତ ମୂଲ୍ୟବାନ ଜମିକୁ ଇଡ୍‌କୋ ଜରିଆରେ ରାଜ୍ୟ ସରକାର ଶାଗମାଛ ଦରରେ ବିକୁଛନ୍ତି । ୧୮ ହଜାର କୋଟି ଟଙ୍କାର ମୂଲ୍ୟବାନ ଜମିକୁ ୫ ହଜାର କୋଟି ଟଙ୍କାରେ ବିକ୍ରି କରି ହଜାର ହଜାର କୋଟି ଟଙ୍କା ଆତ୍ମସାତ କରିଛନ୍ତି । ସମସ୍ତ ସରକାରୀ ଜାଗା ଇଡକୋକୁ ନଦେଇ ଗାଁରେ ଖେଳ ପଡ଼ିଆ, ମେଳଣ ପଡ଼ିଆ, ସ୍କୁଲ ପଡ଼ିଆ ଓ ଜଙ୍ଗଲ ସୃଷ୍ଟି କରାଯାଉ ବୋଲି ସେ ଦାବି କରିବା ସହ ଏହି ଜମି ଦୁର୍ନୀତିର ସିବିଆଇ ତଦନ୍ତ କରି ପ୍ରକୃତ ତଥ୍ୟ ଲୋକଲୋଚନକୁ ଆଣିବାକୁ ଶ୍ରୀ ରାଉତରାୟ ଦୃଢ଼ ଦାବି କରିଛନ୍ତି ।
ସେ କହିଛନ୍ତି ଯେ, ଜଟଣୀ ମ୍ୟୁନିସିପାଲିଟି ଓ ତାର ପାଶ୍ୱର୍ବର୍ତ୍ତୀ ୧୩ଟି ଗ୍ରାମର ସମସ୍ତ ସ୍ଥିତିବାନ ସଂପତ୍ତିକୁ ୨୦୧୨ ମସିହାରେ ହଠାତ ଜଣେ ସେଟଲମେଂଟ ଅଫିସର ଆସି ଶ୍ରୀଜଗନ୍ନାଥ ନାମରେ ନାମିତ କରିଛନ୍ତି । ଏ ଅଂଚଳର ଜନସାଧାରଣଙ୍କର ସ୍ଥିତିବାନ ସମ୍ପତ୍ତି ଜଗନ୍ନାଥଙ୍କ ନାମରେ ନାମିତ ହେବା ଦ୍ୱାରା ଭାରତ ସରକାର ଓ ଓଡ଼ିଶା ସରକାରଙ୍କର କୌଣସି ଯୋଜନାରେ ଉନ୍ନତିମୂଳକ କାର୍ଯ୍ୟକ୍ରମ ଯଥା ସ୍କୁଲଘର,ଡାକ୍ତରଖାନା, ରାସ୍ତାଘାଟ,ପାଠାଗାର, କମ୍ୟୁନିଟି ସେଂଟର, ଭାଗବତ ଟୁଙ୍ଗି ପରି କୌଣସି କାର୍ଯ୍ୟ ହୋଇପାରୁ ନାହିଁ ଏବଂ ଏହି ଜମି ବିକ୍ରି ଖର୍ଦ୍ଦି ହୋଇପାରୁ ନାହିଁ । ଫଳରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଏବଂ ବିଭାଘର, ବ୍ରତ ଘର, ବାପ ମା’ଙ୍କ ଶୁଦ୍ଧିକ୍ରିୟା ଇତ୍ୟାଦି ସାମାଜିକ କାର୍ଯ୍ୟକ୍ରମ ନିର୍ବାହ କରିବା ପାଇଁ ଆବଶ୍ୟକସ୍ଥଳେ ଏଠିକାର ଲୋକ ନିଜ ଜମିକୁ ବିକ୍ରୟ କରିପାରୁ ନାହାନ୍ତି ।
୨୦୧୨ମସିହା ପୂର୍ବରୁ ଏଠିକାର ଜମିଜମା, ଘରଡ଼ିହ ଯେଉଁ ସ୍ଥିତିରେ ସେହିଭଳି ସ୍ଥିତିକୁ ଆଣିବା ପାଇଁ ବାରମ୍ବାର ସରକାରଙ୍କ ନିକଟରେ ଏବଂ ବିଧାନସଭାରେ ଅନୁରୋଧ କଲେ ମଧ୍ୟ କୌଣସି ସୁଫଳ ମିଳିିଲା ନାହିଁ । ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଶାନ୍ତିପୂର୍ଣ୍ଣ ଭାବରେ ବହୁବାର ଆନ୍ଦୋଳନାତ୍ମକ ଭୂମିକା ନେଇଥିଲେ ମଧ୍ୟ କିଛି ନ୍ୟାୟ ପାଇପାରିଲୁ ନାହିଁ । ଯଦି ମାର୍ଚ୍ଚ ୧ ତାରିଖ ସୁଦ୍ଧା ଆମର ସ୍ଥିତିବାନ ଜମିକୁ ଫେରାଇ ନଦିଆଯାଏ, ରାଜ୍ୟ ସରକାରଙ୍କ ଉଦାସୀନତାର ଶିକାର ହୋଇଥିବା ଉପରୋକ୍ତ ଅଂଚଳର ସମସ୍ତ ଅଧିବାସୀ ଲୋକସେବା ଭବନକୁ ମାର୍ଚ୍ଚ ପହିଲାରେ ଘେରାଉ କରିବେ ଓ ଏହାର ପରିଣତି ପାଇଁ ସରକାର ଦାୟୀ ରହିବେ ବୋଲି ଶ୍ରୀ ରାଉତରାୟ ସ୍ପଷ୍ଟ କରିଛନ୍ତି ।
ଏହି ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତ୍ରୀ ରଶ୍ମି ମହାପାତ୍ର, ମନୋରଞ୍ଜନ ଦାଶ, ଚିନ୍ମୟ ସୁନ୍ଦର ଦାସ, ଲିଙ୍ଗରାଜ ସାହୁ, ବିବେକାନନ୍ଦ ବଡଜେନା, ବିଭୂତିଭୂଷଣ ସାମନ୍ତରାୟ, ତ୍ରିଲୋଚନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top