Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

୧୭ରେ ପ୍ରତି ନିର୍ବାଚନମଣ୍ଡଳୀରେ ପାଳିତ ହେବ ବିଜୁ ଶ୍ରାଦ୍ଧ ଉତ୍ସବ

ଭୁବନେଶ୍ୱର : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ଆସନ୍ତା ୧୭ତାରିଖରେ ବିଜେଡି ପକ୍ଷରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳନ କରାଯିବ । ବିଜୁବାବୁଙ୍କ ଶ୍ରାଦ୍ଧ ଉତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବା ପାଇଁ ଆଜି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ସମସ୍ତ କର୍ମକର୍ତ୍ତାଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।
ଦଳର ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ୍ ରିଲିଜ୍ରେ କହିଛନ୍ତି ଯେ ବିଜୁବାବୁଙ୍କ ତିରୋଧାନ ଦିବସକୁ ଚଳିତମାସ ୧୭ତାରିଖରେ ନିରାଡମ୍ବର ସହକାରେ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳନ କରିବା ପାଇଁ ସଭାପତି ଶ୍ରୀ ପଟ୍ଟନାୟକ ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତା, ସାଂସଦ, ବିଧାୟିକା, ବିଧାୟକ, ଜିଲ୍ଲା ସଭାପତି, ଜିଲ୍ଲା ପର୍ଯ୍ୟବେକ୍ଷକ, ଜିଲ୍ଲା ପରିଷଦ , ବ୍ଲକ ଓ ନଗର ସଭାପତିମାନଙ୍କୁ ଚିଠି ଲେଖିଛନ୍ତି । ଚଳିତବର୍ଷ ଏହି ମହାପୁରୁଷଙ୍କ ପବିତ୍ର ଶ୍ରାଦ୍ଧ ଦିବସକୁ ରାଜ୍ୟସ୍ତରରେ ଏବଂ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀରେ ଅବିସ୍ମରଣୀୟ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ପବିତ୍ର ଶ୍ରାଦ୍ଧ ଦିବସରେ ବିଜେଡିର ସଦସ୍ୟମାନେ ପ୍ରିୟ ନେତା ବିଜୁବାବୁଙ୍କ ଅଭିଳଷିତ ଓଡ଼ିଶା ଗଠନ ନିମନ୍ତେ ଏକ ମନ ଏକ ପ୍ରାଣ ହୋଇ କାର୍ଯ୍ୟ କରିବାକୁ ସଂକଳ୍ପବଦ୍ଧ ହେବା ସହ ବିଜେଡିର ରାଜ୍ୟବାସୀଙ୍କ ପ୍ରତି ରହିଥିବା ସାମାଜିକ ପ୍ରତିବଦ୍ଧତାର ପରିପୂରଣ ଲାଗି ଆଗେଇ ଆସିବାକୁ ଶ୍ରୀ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି ।
ଏହି ତିରୋଧାନ ଦିବସ ପାଳନ ଅବସରରେ ସକାଳ ସାଢ଼େ ୭ଟାରେ ବିଜେଡି ପକ୍ଷରୁ ମେଡିକାଲ୍‍ରେ ରୋଗୀମାନଙ୍କୁ ଫଳବଣ୍ଟନ କାର୍ଯ୍ୟକ୍ରମ ରହିଥିବା ବେଳେ ସକାଳ ସାଢ଼େ ୮ଟା ରେ ବିଜୁବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ସହ ଦଳୀୟ କାର୍ଯ୍ୟାଳୟରେ ସ୍ମୃତିଚାରଣ ସଭା ଅନୁଷ୍ଠିତ ହେବ । ସେହିପରି ଅପରାହ୍ଣ ସାଢ଼େ ୫ଟାରେ ଦୀପ ଦାନ, ସମୂହ ସଂକଳ୍ପ ଏବଂ ସାଧାରଣ ସଭା ଅନୁଷ୍ଠିତ ହେବ । ବିଜୁବାବୁ ଆମ ଦଳର ପ୍ରତ୍ୟେକଙ୍କ ପାଇଁ ନିରନ୍ତର ପ୍ରେରଣାର ଉତ୍ସ ହୋଇ ରହିଥିବେ । ଆଗାମୀ ଦିନରେ ତାଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ହୋଇ ଆମେ ରାଜ୍ୟବାସୀଙ୍କ ସେବାରେ ନିଜକୁ ପୂର୍ଣ୍ଣ ପ୍ରାଣରେ ନିୟୋଜିତ ହେବାକୁ ସଂକଳ୍ପ ନେଇ କାର୍ଯ୍ୟ କରିବା ପାଇଁ ଦଳର ସଭାପତି ପରାମର୍ଶ ଦେଇଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top