Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୭ରେ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ, ଏଥର ଇ-ବିଧାନସଭା

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଧାନସଭାର ବଜେଟ ଅଧିବେଶନ ଆସନ୍ତା ୧୮ତାରିଖରୁ ଆରମ୍ଭ ହେଉଥିବାବେଳେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆସନ୍ତା ୧୭ତାରିଖରେ ସର୍ବଦଳୀୟ ବୈଠକ ଡାକିଥିବା ସୂଚନା ମିଳିଛି । ଏହାସହିତ ଚଳିତ ବଜେଟ ଅଧିବେଶନ ସମ୍ପୂର୍ଣ୍ଣ ଭାବେ ଇ-ବିଧାନସଭା ଭାବେ କାର୍ଯ୍ୟ କରିବ । ବାଚସ୍ପତି ଶ୍ରୀ ପାତ୍ର ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ‘ଇ-ବିଧାନସଭା’ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ବିଧାନସଭାର ସମସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଢଙ୍ଗରେ ସମ୍ପାଦନ କରିବା ନିମନ୍ତେ ବାଚସ୍ପତି ଶ୍ରୀ ପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଇ-ବିଧାନସଭାକୁ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ କରିବା ନିମନ୍ତେ ‘ନେଭା’ ର ୧୦ଜଣିଆ ବୈଷୟିକ ଦଳ ଉପସ୍ଥିତ ରହି ଏହି କାର୍ଯ୍ୟ କରାଇବେ । ଆଇଟି ବିଭାଗର ଜଣେ ଦକ୍ଷ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ କରାଯିବା ସହ ଏକ ସର୍ଭର ସ୍ଥାପନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ରାଜ୍ୟପାଳଙ୍କ ଅଭିଭାଷଣଠୁ ଆରମ୍ଭ କରି ବଜେଟ୍ ଉପସ୍ଥାପନ , ବିଧାନସଭା ସଦସ୍ୟମାନଙ୍କ ଅଣତାରକା ଚିହ୍ନିତ ପ୍ରଶ୍ନର ଉତ୍ତର ଓ ମୋଟ ଅଧିବେଶନର ବିବରଣୀ ନେଭା ମାଧ୍ୟମରେ କରାଯିବ । ଅବଶ୍ୟ ବିଧାନସଭା କାର୍ଯ୍ୟକ୍ରମ ଯେପରି ବ୍ୟାହତ ନହେବ ସେଥିପାଇଁ ଚଳିତ ବଜେଟ୍ ଅଧିବେଶନରେ ବିଧାୟକମାନଙ୍କୁ ଆବଶ୍ୟକ କାଗଜପତ୍ର ପ୍ରଦାନ କରାଯିବ । ବିଧାନସଭା ଗୃହ ଭିତରେ ପ୍ରଥମେ କେବଳ ବିଧାୟକମାନଙ୍କୁ ପ୍ରଶ୍ନ-ଉତ୍ତର ସହ ଅନ୍ୟାନ୍ୟ ଆଲୋଚନା ସମ୍ପର୍କରେ ଅବଗତ କରାଯିବ । ବିଧାନସଭାରେ ଉପସ୍ଥାପିତ ହୋଇନଥିବା ବିଷୟବସ୍ତୁକୁ ବାହାରେ ପ୍ରକାଶିତ ନକରିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ଏହି ବୈଠକରେ ବିଭିନ୍ନ ବିଭାଗର ଅର୍ଥ ବିଭାଗର ସଚିବଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top