Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡ ନବକଳେବର କାର୍ଯ୍ୟ,ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ୱେୟାର):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରମୁଣ୍ଡା ବସଷ୍ଟାଣ୍ଡର ନବକଳେବର କାର୍ଯ୍ୟର ସମୀକ୍ଷା କରିଛନ୍ତି । ୧୮୦କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ରୂପ ନେବାକୁ ଥିବା ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର କାର୍ଯ୍ୟ ବୁଲି ଦେଖିବା ସହ ଏହା ଆସନ୍ତା ୧୮ମାସ ମଧ୍ୟରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ବରମୁଣ୍ଡା ବସଷ୍ଟାଣ୍ଡକୁ ବୁଲି ଦେଖିବା ସହ ଟର୍ମିନାଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଗୋଟିଏ ଭାଗ ଖଣ୍ଡଗିରି ବସ ଡିପୋ ଓ ଅନ୍ୟଟି ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ । ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ଇତିମଧ୍ୟରେ ସମ୍ପୂର୍ଣ୍ଣ ହୋଇସାରିଥିବାବେଳେ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଛନ୍ତି । ଉନ୍ନତ ନିର୍ମାଣ କାର୍ଯ୍ୟ ସହ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ ।
ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ ଭାବେ ଗଢ଼ି ତୋଳିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ସେଠାରେ ଯାତ୍ରୀମାନଙ୍କ ପାଇଁ ଆଧୁନିକ ସୁବିଧାସୁଯୋଗ ସହ ବସ୍ ଗୁଡ଼ିକ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଫାଇଭ-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି । ଏହି କାର୍ଯ୍ୟ ପାଇଁ ମୋଟ ୧୮୦କୋଟି ଟଙ୍କା ଖର୍ଚ୍ଚ ହେବ ଓ ଆସନ୍ତା ୧୮ମାସ ମଧ୍ୟରେ କାର୍ଯ୍ୟ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତବେଳେ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟସଚିବ ଅସିତ୍ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ ପାଣ୍ଡିଆନଙ୍କ ସମେତ ବିଏମସି ଓ କମିଶନରେଟ ପୁଲିସର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top