Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୦ବର୍ଷ ପରେ ମନେ ପଡ଼ିଲା: କୋଣାର୍କରେ ହେବ ବିଶ୍ୱସ୍ତରୀୟ ଭିତ୍ତିଭୂମି ବିକାଶ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଶ୍ୱପ୍ରସିଦ୍ଧ କୋଣାର୍କ ମନ୍ଦିର ଅଂଚଳର ବିକାଶ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଚିଠା ଯୋଜନା ପ୍ରସ୍ତୁତ କରିବା ସହ ସାଧାରଣ ଲୋକଙ୍କୁ ୨୧ ଦିନ ମଧ୍ୟରେ ଏ ସମ୍ପର୍କରେ ନିଜର ମତାମତ ଦେବାକୁ ପରାମର୍ଶ ଦେଇଛନ୍ତି । ୨୦ବର୍ଷ ଧରି କ୍ଷମତାରେ ଥିବା ବିଜେଡି ସରକାର ବିଳମ୍ବରେ ହେଲେ ବି କୋଣାର୍କ ଅଂଚଳର ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ ମାନଦଣ୍ଡର କରିବାକୁ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।
ସୂଚନା ଅନୁସାରେ, କୋଣାର୍କକୁ ବିଶ୍ୱର ବିଭିନ୍ନ ଅଂଚଳରୁ ଦୈନିକ ପର୍ଯ୍ୟଟକ ଆସୁଥିବାରୁ କୋଣାର୍କରେ ବିଶ୍ୱସ୍ତରୀୟ ଭିତ୍ତିଭୂମି ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କୋଣାର୍କର ଭିତ୍ତିଭୂମିକୁ ନେଇ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅବଗତି ନିମନ୍ତେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ଉପସ୍ଥାପନା କରାଯାଇଥିଲା । ୧୯୮୪ ମସିହାରୁ କୋଣାର୍କକୁ ବିଶ୍ୱ ଐତିହ୍ୟ ଭାବେ ୟୁନେସ୍କୋ ମାନ୍ୟତା ପ୍ରଦାନ କରିଛି । ଏହି ମହାନ ସାଂସ୍କୃତିକ ବୈଭବର ସୁରକ୍ଷା ପାଇଁ ରାଜ୍ୟ ସରକାର ଏବେ ଏହାକୁ ନିଜର ନୈତିକ ଦାୟିତ୍ୱବୋଧ ବୋଲି ମନେ କରି ଆଗେଇ ଆସିଛନ୍ତି । କୋଣାର୍କ ମନ୍ଦିରର ସୁରକ୍ଷା କେନ୍ଦ୍ର ସରକାରଙ୍କ ପ୍ରତ୍ନତତ୍ତ୍ୱ ବିଭାଗ ହାତରେ ରହିଛି । ତେବେ ମନ୍ଦିରର ସୁରକ୍ଷା,ସଂରକ୍ଷଣ ଓ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଫାଇଭ-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ ସୂଚନା ଦିଆଯାଇଛି ।
ଏହି ପ୍ରସ୍ତାବିତ ବିକାଶ ଯୋଜନାରେ କୋଣାର୍କ ମନ୍ଦିରର ପାରିପାଶ୍ୱିର୍କ ଅଂଚଳର ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ୱିତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ସାଢ଼େ ୩କିମି ବାହ୍ୟ ରିଙ୍ଗ ରୋଡକୁ ଛଅଥାକିଆ କରାଯିବା ସହ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ବିକାଶ କରାଯିବ । ଯାତ୍ରୀଙ୍କୁ ନେବାଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ପଏଣ୍ଟର ବିକାଶ କରାଯିବ । ଫେରିବାଲାଙ୍କୁ ପୁନଃ ଥଇଥାନ କରାଯିବା ସହ ମନ୍ଦିର ସମ୍ମୁଖରେ ଥିବା ୩୦ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ । ପ୍ରବେଶସ୍ଥଳରେ ପର୍ଯ୍ୟଟକଙ୍କୁ ସ୍ୱାଗତ କରିବାକୁ ସୁଦୃଶ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ । ଗାଡ଼ିମୋଟର ପାର୍କିଂ ପାଇଁ ମଲଟିମୋଡାଲ ହବ୍ ନିର୍ମାଣ କରାଯିବ । କୋଣାର୍କ ମୁକ୍ତାକାଶ ରଂଗମଂଚର ପୁନର୍ବିନ୍ୟାସ କରାଯିବ । ପଥଚାରୀଙ୍କ ପାଇଁ ମଧ୍ୟ ସ୍ୱତନ୍ତ୍ର ରାସ୍ତା ନିର୍ମାଣ କରାଯିବ । ଏହି ବୈଠକରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ,ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାରଙ୍କ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ଦୀର୍ଘ ୨୦ବର୍ଷ ଧରି କୋଣାର୍କ ମନ୍ଦିରର ପାରିପାଶ୍ୱିର୍କ ବିକାଶ ପ୍ରତି ଆଖିବୁଜି ଦେଇଥିବା ଏପରିକି ଆବଶ୍ୟକ ଭିତ୍ତିଭୂମି ଯୋଗାଇବାରେ ବିଫଳ ଥିବା ରାଜ୍ୟ ସରକାର ଏବେ ବିଳମ୍ବରେ କୋଣାର୍କ ବିକାଶ କଥା ଚିନ୍ତା କରିଛନ୍ତି । ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିବା ‘ଉଡେନ୍ ରେଷ୍ଟୁରାଣ୍ଟ’ ଫନି ବାତ୍ୟାରେ ଭାଙ୍ଗିଥିବା ସତ୍ତ୍ୱେ ୨ରୁ ୩ବର୍ଷ ପରେ ବି ଏହାର ପୁନରୁଦ୍ଧାର କରାଯାଇପାରିନି । ବର୍ଷାଦିନେ କୋଣାର୍କ ମନ୍ଦିର ଚାରିପଟେ ପାଣି ଜମି ରହୁଥିଲେ ବି ନିଷ୍କାସନ ଦିଗରେ ପଦକ୍ଷେପ ବି ନିଆଯାଇନି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top