ଭୁବନେଶ୍ୱର(ଓଡ଼ିଶା ୱେୟାର):ଆସନ୍ତା ଜୁନ ୨୫ରୁ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଷୋଡ଼ଶ ବିଧାନସଭାର ନବ ନିର୍ବାଚିତ ସଦସ୍ୟଙ୍କୁ ନେଇ ପ୍ରଥମ ଅଧିବେଶନ ବସିବ। ଜୁନ ୨୮ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ଚଳିତ ମୌସୁସୀ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ବସିବ। ପ୍ରଥମ ପର୍ଯ୍ୟାୟ ଜୁନ୍ ୨୫ରୁ ଆରମ୍ଭ ହୋଇ ୩ ଯାଏଁ ଚାଲିବ । ଜୁନ ୧୧ରୁ ଜୁଲାଇ ୮ ତାରିଖ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ବସିବ। ଏହାରି ମଧ୍ୟରେ ପ୍ରଥମ ଦିନର କାର୍ଯ୍ୟ ଦିବସରେ ରାଜ୍ୟପାଳ ଅଭିଭାଷଣ ରଖିବେ। ଏହା ପରେ ୨୭ରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରଦିନ ଅର୍ଥାତ ଜୁନ୍ ୨୮ (ଶୁକ୍ରବାର)ରେ ଅର୍ଥମନ୍ତ୍ରୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ ବୋଲି ସୂଚନା ମିଳିଛି।


