Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

୩ରେ ଅମିତ୍ ଶାହ , ୬ରେ ରାହୁଲଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର(ଓଡ଼ିଶା ୱେୟାର):ନିର୍ବାଚନ ପାଖେଇ ଆସୁଥିବାବେଳେ ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ନଜର ଓଡ଼ିଶା ଉପରେ ପଡ଼ିଛି। ଗତକାଲି ଓଡ଼ିଶା ଆସିଥିବା ବିଜେପି ଜାତୀୟ ଅଧ୍ୟକ୍ଷ ଅମିତ୍ ଶାହ, ଆସନ୍ତା ୩ ତାରିଖରେ ପୁଣିଥରେ ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି। ସେ ପୁରୀରେ ହେବାକୁ ଥିବା ‘ବିଜେପି ଜନଜାତି ରାଷ୍ଟ୍ରୀୟ ମହାଧିବେଶନର ଉଦଯାପନୀ ସମାରୋହରେ ଯୋଗଦେବେ।ଏହାସହିତ ଏକ ଜନସଭାକୁ ମଧ୍ୟ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।
ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଆସନ୍ତା ୬ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶା ଗସ୍ତରେ ଆସି ୨ଟି ଜନସଭାକୁ ସମ୍ବୋଧିତ କରିବେ ବୋଲି ସୂଚନା ମିଳିଛି। କଳାହାଣ୍ଡିର ଭବାନୀପାଟଣାରେ ଦିନ ୧୧ଟା ଓ ରାଉରକେଲାରେ ଦିନ ୨ଟାରେ ଜନସଭାକୁ ସମ୍ବୋଧିତ କରିବେ। ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟକ୍ରମ ପକ୍ଷରୁ ଏନେଇ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ ଯେ, ରାହୁଲ ଗତ ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସି, ଭୁବନେଶ୍ୱରରେ ଏକ ଜନସଭାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ କଡ଼ା ଭାଷାରେ ଭର୍ତ୍ସନା କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top