Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

୩ୟ ପର୍ଯ୍ୟାୟ ନିର୍ବାଚନରେ ରାଜ୍ୟରେ ୭୧.୬୧% ମତଦାନ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଗତକାଲି ଓଡ଼ିଶାରେ ଶେଷ ହୋଇଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମୋଟ ୭୧.୬୧ ପ୍ରତିଶତ ମତଦାନ ହୋଇଛି ବୋଲି ଜାତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହୋଇଥିଲା।

ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ କେନ୍ଦୁଝର ଲୋକସଭା ଆସନରେ ସର୍ବାଧିକ ୭୮.୧୬ ପ୍ରତିଶତ ଭୋଟ୍ ପଡ଼ିଥିବାବେଳେ ଭୁବନେଶ୍ୱରରେ ସର୍ବନିମ୍ନ ୫୯.୬୦ ପ୍ରତିଶତ ମତଦାନ ହୋଇଛି। ସେହିପରି ସମ୍ବଲପୁରରେ ୭୬.୩୮%, ଢେଙ୍କାନାଳରେ ୭୪.୯୮%, ପୁରୀରେ ୭୨.୫୩% ଓ କଟକରେ ୬୯.୬୫% ଭୋଟ୍ ପଡ଼ିଛି।

ଏହି ପର୍ଯ୍ୟାୟରେ ରାଜ୍ୟର ମୋଟ ୧୦୦ଜଣ କିନ୍ନରଙ୍କ ସମେତ ୬୬ଲକ୍ଷ ୨୯ହଜାର ୮୪୫ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଭୁବନେଶ୍ୱର ଲୋକସଭା ଆସନରେ ସର୍ବାଧିକ ୪୯ଜଣ କିନ୍ନର ଭୋଟ୍ ଦେଇଥିବାବେଳେ କଟକରେ ୨୦, ସମ୍ବଲପୁରରେ ୧୦ ଓ ପୁରୀରେ ୧୭ଜଣ କିନ୍ନର ମତାଧିକାର ସାବ୍ୟସ୍ତ କରିଛନ୍ତି। ଏହି ୬ଟି ଲୋକସଭା ଆସନରେ ମୋଟ ୯୨ ଲକ୍ଷ ୫୭ହଜାର ୬୨୩ଜଣ ଭୋଟର ଥିବାବେଳେ ଏଥିରୁ ମାତ୍ର ୩୪ଲକ୍ଷ ୨୩ହଜାର ୧୧୯ଜଣ ପୁରୁଷ ଓ ୩୨ଲକ୍ଷ ୬ହଜାର ୬୨୬ଜଣ ମହିଳା ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top