Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୩ ବିଦ୍ୟୁତ ବଣ୍ଟନକାରୀ ସଂସ୍ଥାର ମାଲିକାନା ଟାଟା ଗ୍ରୁଫକୁ ହସ୍ତାନ୍ତର ଉପରେ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ୱେୟାର): ସମସ୍ତ ନୀତି ନିୟମକୁ ଉଲ୍ଲଘଂନ କରି ସେସୁ, ସାଉଥକୋ ଓ ୱେସ୍କୋ ଭଳି ସଂସ୍ଥାକୁ ଟାଟା କମ୍ପାନୀ ସମୂହକୁ ବିକ୍ରି କରିବା ରାଜ୍ୟସ୍ୱାର୍ଥ ବିରୋଧି ବୋଲି ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଅଭିଯୋଗ କରିଛନ୍ତି ।
କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମାଝୀ କହିଛନ୍ତି ଯେ, ସାରା ଭାରତବର୍ଷରେ ଇଲେକ୍ଟ୍ରୋନିକ୍ ବିଡିଂ ଚାଲିଥିବା ସମୟରେ ଓଇଆରସି ଏଠାରେ ଫିଜିକାଲି ବିଡକୁ ଅନୁମତି ଦେଲେ । ଇଲେକ୍ଟ୍ରିସିଟି ଅଧିନିୟମ ୨୦ ଓ ୬୦ କୁ ଅବମାନନା କରି ଗୋଟିଏ ବିଡରକୁ କେଉଁ ପରିସ୍ଥିତିରେ ଓଇଆରସି,ଟାଟାର ସିଙ୍ଗିଲ୍ ବିଡିଂକୁ ଅନୁମତିି ଦେଲା ବୋଲି ପ୍ରଶ୍ନ କରିଛନ୍ତି । ବିଦ୍ୟୁତ ନିୟମ ୨୦୦୩ ର ଧାରା ୨୦ ଅନୁଯାୟୀ ଏହା ସ୍ପଷ୍ଟ ଉଲ୍ଲେଖ ଅଛି ଯେ ଜଣେ ବିଡର ଗୋଟିଏ ସଂସ୍ଥାକୁ ଦୁଇଟି କମ୍ପାନୀକୁ ବିକ୍ରି କରିପାରିବ ନାହିଁ । ସେହିଭଳି ବିଦ୍ୟୁତ୍ ନିୟମ ଧାରା ୬୦ ରେ ସ୍ପଷ୍ଟ ଉଲ୍ଲେଖ ଅଛି ଯେ କୌଣସି ଗୋଟିଏ ଘରୋଇ ସଂସ୍ଥା ସମସ୍ତ ବିଦ୍ୟୁତ୍ ବଜାରକୁ ନିୟନ୍ତ୍ରଣ କରିପାରିବ ନାହିଁ । ତେଣୁ ଏଥିରେ ବେନିୟମ ଭାବରେ ଗଫଲତି ହୋଇଥିବାର ସ୍ପଷ୍ଟ ଅନୁମେୟ ହେଉଛି । ଆଦାନୀ ପାୱାର, ଟେରେଂଟ, ଷ୍ଟେରଲାଇଟ୍‌, ସିଇଏସଇ (କଲିକତା) ଭଳି କମ୍ପାନୀମାନେ ମୂଲ୍ୟ ନିର୍ଦ୍ଧାରଣ ଏବଂ ଆକଳନ ପାଇଁ ୨ ମାସର ସମୟ ଲିଖିତ ଭାବରେ ମାଗିବାରୁ ସେମାନଙ୍କୁ କାହିଁକି ଦିଆଗଲା ନାହିଁ? ୪ଟି ଡିସ୍‌କମ୍ କମ୍ପାନୀର ବାର୍ଷିକ କାରବାର ୧୧ ହଜାର କୋଟି ଟଙ୍କା । ଏହାସହିତ ଏମାନଙ୍କ ପାଖରେ ଥିବା ସମ୍ପତ୍ତିର ମୂଲ୍ୟ ୧୫ ହଜାର କୋଟି ଟଙ୍କା ଥିବା ସତ୍ତ୍ୱେ ଉକ୍ତ କମ୍ପାନୀଗୁଡିକୁ ୨୫ ବର୍ଷ ପାଇଁ କିପରି ଭାବରେ ଟାଟା କମ୍ପାନୀକୁ ୧ ହଜାର କୋଟି ଟଙ୍କାରୁ କମ୍ ମୂଲ୍ୟରେ ବିକ୍ରୀ କରିଦିଆଯାଉଛି? ୪ଟି ଡିସକମ୍ କମ୍ପାନୀର କର୍ମଚାରୀମାନଙ୍କ ପାଖରେ ଥିବା ୧୦ ପ୍ରତିଶତ ଅଂଶଧନକୁ ସରକାର କେଉଁ ପରିସ୍ଥିତିରେ ରଦ୍ଦ କରିଦେଲେ? ୪୦ ହଜାର ଆଉଟ୍‌ସୋର୍ସିଂ କର୍ମଚାରୀମାନଙ୍କର ଭବିଷ୍ୟତ ପ୍ରତି ସରକାର କାହିଁକି ଚିନ୍ତା କଲେନାହିଁ? ରାଜ୍ୟ ଉପଦେଷ୍ଟା କମିଟି ଏବଂ ଅନ୍ୟାନ୍ୟ ସେୟାରହୋଲଡରଙ୍କ ପରାମର୍ଶ କାହିଁକି ନିଆଗଲା ନାହିଁ? ଦେଶ ଏବେ କୋଭିଡ୍ ଜନିତ ସମସ୍ୟା ମଧ୍ୟରେ ଗତି କରୁଥିବା ବେଳେ ନିୟାମକ ଆୟୋଗ ଖୁବ୍ ତରବରିଆ ଭାବେ ଘରୋଇ କମ୍ପାନୀକୁ ଆହ୍ୱାନ କରିବା ଅତ୍ୟନ୍ତ କ୍ଷୋଭର ବିଷୟ । ଏ ସଂପର୍କରେ ଅନ୍ୟମାନଙ୍କ ପରାମର୍ଶକୁ ବେଖାତିର କରି ଟାଟା କମ୍ପାନୀ ପ୍ରତି ଦରଦ ଦେଖାଇବା ଉଦ୍ଦେଶ୍ୟ ପ୍ରଣୋଦିତ । ବିଭିନ୍ନ ଶିଳ୍ପସଂସ୍ଥା ଉପରେ ଥିବା ବକେୟାକୁ ଖୁବ୍‌ଶୀଘ୍ର ଆଦାୟ କରାଯାଉ ଏବଂ ରାଜ୍ୟବାସୀଙ୍କୁ ସୁହାଇଲା ଭଳି ଏକ ନୂଆ ନିୟମ ପ୍ରଣୟନ କରିବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ମାଝୀ କହିଛନ୍ତି । ରାଜ୍ୟର ସଂପତ୍ତିକୁ ଟାଟା କମ୍ପାନୀ ହାତରେ ଟେକିଦେବା ଉଦ୍ୟମରୁ ରାଜ୍ୟ ବିଦ୍ୟୁତ୍ ନିୟାମକ ଆୟୋଗ ବିରତ ରୁହନ୍ତୁ ବୋଲି କଂଗ୍ରେସ ଦାବି କରୁଛି ।
ଏହି ସାମ୍ବାଦିକ ସମ୍ମିଳନୀରେ ରଶ୍ମି ମହାପାତ୍ର, ସ୍ମୃତିରେଖା ପହି ଓ ଆଇନଜୀବୀ ଆକାଶ ଭୂୟାଁ ଉପସ୍ଥିତ ଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top