Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୭୨୪କୋଟି ଟଙ୍କାର ୨ଟି ପାଇପ୍ ଜଳ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବରଗଡ଼ ଜିଲ୍ଲାରେ ବସୁଧା ଯୋଜନାରେ ୨ଟି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପର ଟେଣ୍ଡରକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ୭୨୪.୦୬କୋଟି ଟଙ୍କା ବ୍ୟୟରେ ଏହି ଦୁଇ ମେଗା ପ୍ରକଳ୍ପରେ ୭ଟି ବ୍ଲକର ୭.୩୭ଲକ୍ଷ ଲୋକ ଉପକୃତ ହେବେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ କ୍ୟାବିନେଟ ବୈଠକରେ ବରଗଡ଼ ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଦୁଇଟି ମେଗା ପାଇପ୍ ପାନୀୟ ଜଳ ପ୍ରକଳ୍ପର ଟେଣ୍ଡରକୁ ମଞ୍ଜୁରୀ ମିଳିଛି । ସର୍ବନିମ୍ନ ଟେଣ୍ଡର ଦର ୨୧୫.୩୧ଲକ୍ଷ ଟଙ୍କାରେ ମେସର୍ସ କେଇସି-କାଭେରୀ(ଯୌଥ ଉଦ୍ୟୋଗ) ୱାରଙ୍ଗଲକୁ ବରଗଡ଼ ଜିଲ୍ଲାର ୨ଟି ବ୍ଲକ ଅଧୀନରେ ଥିବା ୪୩ଟି ପଂଚାୟତର ୧୬୬ଟି ଗାଁକୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କରିବାକୁ ଅନୁମତି ଦିଆଯାଇଛି । ଏଥିରେ ବରପାଲି ବ୍ଲକରେ ଥିବା ୨୨ଟି ପଂଚାୟତର ୧.୦୧ଲକ୍ଷ ଓ ଭେଡେନ ବ୍ଲକର ୧.୨୭ଲକ୍ଷ ଲୋକଙ୍କୁ ପାନୀୟ ଜଳ ଯୋଗାଣ କରାଯାଇପାରିବ ।
ସେହିପରି ମେସର୍ସ ଏଲଆଣ୍ଡଟି, ଚେନ୍ନାଇକୁ ୫୦୮.୭୫କୋଟି ଟଙ୍କାର ସର୍ବନିମ୍ନ ଟେଣ୍ଡର ମେଗା ପାନୀୟ ଜଳ ପ୍ରକଳ୍ପ ନିମନ୍ତେ ଅନୁମତି ମିଳିଛି । ବରଗଡ଼ର ୫ଟି ବ୍ଲକର ୯୫ଟି ପଂଚାୟତର ପ୍ରାୟ ୫.୦୮ଲକ୍ଷ ଲୋକଙ୍କୁ ପାନୀୟ ଜଳ ଯୋଗାଣ କରିବାରେ ଏହି ପ୍ରକଳ୍ପ ସକ୍ଷମ ହେବ । ଏଥିରେ ଅତାବିରା ବ୍ଲକର ୧.୩୯ଲକ୍ଷ, ବରପାଲି ବ୍ଲକର ୫୭୬୬,ବିଜେପୁର ବ୍ଲକର ୧.୦୬ଲକ୍ଷ, ଗାଇସିଲେଟ୍ ବ୍ଲକର ୯୨.୯୭୬ଜଣ ଓ ବରଗଡ଼ ବ୍ଲକର ୧.୬୩ଲକ୍ଷ ଲୋକଙ୍କୁ ପାନୀୟ ଜଳ ସୁବିଧା ମିଳିବ । ଏହି ପ୍ରକଳ୍ପକୁ ସମ୍ପୃକ୍ତ ଠିକା ସଂସ୍ଥା ୨୪ମାସ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top